Advertisment

୩ ଥାକିଆ ସୁରକ୍ଷା ବଳୟରେ ଓଡ଼ିଶା ବିଧାନସଭା

ପୂରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏସ୍‌ଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ୍‌ ସ୍କ୍ୱାଡ, ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ।

author-image
Manoranjan Sial
Odisha Assembly

Odisha Assembly

ଆସନ୍ତାକାଲିଠାରୁ ଆରମ୍ଭ ହେବ ବଜେଟ ଅଧିବେଶନ। ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବ। ଆଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ଡିଜି ଇନ୍‌ଚାର୍ଜ ଅରୁଣ ଷଡଙ୍ଗୀ।

Advertisment

ପୂରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏସ୍‌ଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ୍‌ ସ୍କ୍ୱାଡ, ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। ବିଧାନସଭାଠାରୁ ଆରମ୍ଭ କରି ଲୋୟର ପିଏମ୍‌ଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜା ଯାଇଛି। ଆନ୍ଦୋଳନକାରୀଙ୍କଠାରୁ ଆରମ୍ଭ କରି ସନ୍ଦିଗ୍ଧ, ସମସ୍ତଙ୍କ ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯିବ। ସୁରକ୍ଷାକୁ ଅଧିକ କଡ଼ାକଡ଼ି ପାଇଁ ବିଧାନସଭା ଗେଟ୍‌, ରବୀନ୍ଦ୍ର ମଣ୍ଡପ ଗେଟ୍‌, ଲୋୟର ପିଏମ୍‌ଜି ଆଦି ୫ଟି ସ୍ଥାନରେ ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ ରୁମ୍‌ କରାଯାଇଛି।‌

ସୁରକ୍ଷା ଦାୟତ୍ୱରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ନେତୃତ୍ୱରେ ୮ ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପି, ୨୦ ଜଣ ଇନ୍ସପେକ୍ଟରଙ୍କ ସହ ୧୦୦ ରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହେବେ। ବିଧାନସଭା ଚାରି ପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଅହୋରାତ୍ର ଜଗି ରହିବେ। ବିଧାନସଭା ଛାତ ଉପରେ ରୁଫ୍‌ ଟଫ୍‌ ପୁଲିସ ରହିବେ। ପ୍ରବେଶ ପଥରେ ଦୁଇଟି ଚେକ୍‌ପୋଷ୍ଟ କରାଯାଇଛି। ବିଧାନସଭା କୁ ସଂଯୋଗ କରୁଥିବା ୫ ଟି ରୁଟକୁ ଡାଇଭଟ କରାଯାଇଛି।

Advertisment
Bhubaneswar Bhubaneswar News Odisha Assembly