Advertisment

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU

ରାଜ୍ୟରେ ଖୁବ୍‌ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।

author-image
Niharika Rout
ଅଦ୍ୟତନ ହୋଇଛି
Mohan Majhi

Mohan Majhi

ଖୁବ୍ ଶୀଘ୍ର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାରେ ଆରମ୍ଭ ହେବ ନୂଆ ଅଧ୍ୟାୟ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦ ଆଗେଇବ ଓଡ଼ିଶା। କାରଣ ରାଜ୍ୟରେ ଖୁବ୍‌ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।

Advertisment

ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏଥିପାଇଁ MoU ସ୍ୱାକ୍ଷରିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ମିଳିବ ସ୍ୱାସ୍ଥ୍ୟସେବା।

ଉଲ୍ଲେଖ ଯୋଗ୍ୟ, ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।

Advertisment

ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ। ରାଜ୍ୟରେ ଏକ କୋଟି ପରିବାରର ସାଢେ ୩ କୋଟି ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ।

 ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯,୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯୪୯ ପ୍ରକାର ମେଡିକାଲ ସେବାର ସୁବିଧା ରହିଛି।

ମେଡିକାଲରୁ ଡିସଚାର୍ଜ ହେବା ପରର ୧୫ ଦିନ ପର୍ଯ୍ୟାନ୍ତ ମଧ୍ୟ ନିଦାନ ଓ ମେଡିସିନ ସୁବିଧା ରହିଛି। ଆୟୁଷ୍ମାନ ଭାରତ ସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ମିଶାଯିବ। ରାଜ୍ୟରେ ଉଭୟ ଯୋଜନାର ମିଶ୍ରଣ ହେଲେ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ଏବଂ ଆୟୁଷ୍ମାନ ଭାରତରେ ୩୩ ଲକ୍ଷ ପରିବାର ରହିବେ।

Delhi Ayusman Bharat Mohan Majhi