ଦୁଇ ଦିନ ଧରି ଉପବାସରେ ବାବା ଚନ୍ଦ୍ରଶେଖର। ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଦୁଇ ଦିନ ହେବ ଉପାସରେ ଅଛନ୍ତି ଠାକୁର। ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜିଉଙ୍କ ନୀତିକାନ୍ତିରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ଏପରିକି ରୋଷଘରେ ମଧ୍ୟ ଝୁଲୁଛି ତାଲା।
ଠାକୁରଙ୍କ ସେବା ପାଇଁ ଆବଶ୍ୟକ ଅନୁଯାୟୀ ସୁଆର ନଥିବାରୁ ଏଭଳି ଅବ୍ୟବସ୍ଥା ହୋଇଥିବା ଦେବୋତ୍ତର ବିଭାଗ କହିଛି। ଗତକାଲି (ସୋମବାର) ବାବା ଚନ୍ଦ୍ରଶେଖରଙ୍କୁ ଭୋଗ ଲାଗି ବିଳମ୍ବରେ ହୋଇଥିଲା। ଆଜିର ମଧ୍ୟ ସମାନ ଅବ୍ୟବସ୍ଥା ରହିଛି। ଯେଉଁଥିପାଇଁ ସୋଶାଆଲ ମିଡିଆରେ ଅସନ୍ତୋଷ ଝାଡ଼ିଛନ୍ତି ଅନେକ ଶ୍ରଦ୍ଧାଳୁ।
Also Read
ଦେବୋତ୍ତର ବିଭାଗ ଘଟଣାକୁ ସ୍ୱୀକାର କରିଛି। ସୁଆର ମାନଙ୍କ ଶରୀର ଅସୁସ୍ଥତା ପାଇଁ ଏଭଳି ସମସ୍ୟା ଉପୁଜିଛି। ଆଜି ଏହାର ସମାଧାନ କରାଯାଇଛି। ଏବେ ଠାକୁରଙ୍କ ନୀତି ଠିକ୍ ଭାବେ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।