ଖରାପ ରାସ୍ତା ଯୋଗୁ ଆସିପାରିଲାନି ଆମ୍ବୁଲାନ୍ସ। ଠିକ୍ ସମୟରେ ମେଡିକାଲ ନ ଯାଇପାରିବାରୁ ଚାଲିଗଲା କଅଁଳ ଶିଶୁର ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲରେ।
ଖରଶାଳି ଗାଁର ରଥି କିସାନଙ୍କ ପତ୍ନୀ ପ୍ରମିଳା ୭ମାସର ଗର୍ଭବତୀ ଥିଲେ। ହଠାତ୍ ତାଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା।ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ହେଲେ ରାସ୍ତା ଖରାପ ଥିବାରୁ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରିଲାନି। ଗାଁଠୁ କିଛି ଦୂରରେ ଆମ୍ବୁଲାନ୍ସ ଅଟକି ରହିଥିଲା। ସେହି ସମୟ ଭିତରେ ପିଲାଟି ଜନ୍ମ ହୋଇଯାଇଥିଲା।
Also Read
ପରିବାର ଲୋକେ ମା’ ଓ ଛୁଆକୁ ଷ୍ଟ୍ରେଚରରେ ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ପରେ ତାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ଶିଶୁକୁ ମୃତ ଘୋଷଣା କରିଥିଲେ। ହେଲେ ମା’ ସୁସ୍ଥ ଥିବା ଜଣାଯାଇଛି।
ଏହି ଘଟଣାକୁ ଗୁରୁତର ସହ ନେଇଛି ଜିଲ୍ଲା ପ୍ରଶାସନ। ପୀଡିତାଙ୍କୁ ସହାୟତା ପ୍ରଦାନ ସହ ଗ୍ରାମ ଉନ୍ନୟନ ବିଭାଗକୁ କହି ଗାଁକୁ ରାସ୍ତା ନିର୍ମାଣ କରାଯିବ ବୋଲି ବିଡିଓ କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।