ମୋରମ ଖଣିରେ ଫସିଲା ହାତୀ ଛୁଆ। ଛୁଆକୁ ଜଗି ରହିଛି ମା’ ହାତୀ। ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡର ପୋକାମୁଣ୍ଡା ଜଙ୍ଗଲରେ ଥିବା ଏକ ମୋରମ ଖାଲରେ ହାତୀ ଛୁଆଟି ଫସି ରହିଛି। ତା’ ଗୋଡ଼ରେ ଆଘାତ ଲାଗିଥିବା କୁହାଯାଉଛି। ପାଖରେ ମା’ ହାତୀ ଏବଂ ହାତୀପଲ ଥିବାରୁ ଉଦ୍ଧାର କାର୍ଯ୍ୟ ହୋଇପାରିନି।
ବନବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାକୁ ଉଦ୍ୟମ କରାଯାଉଛି। ହାତୀ ଘଉଡ଼ା ସରିବା ପରେ ରେସ୍କ୍ୟୁ ଅପରେସନ୍ କରିବ ବନ ବିଭାଗ। ଜେସିବି ଓ ବିଭିନ୍ନ ଉପକରଣ ଧରି ବନ ବିଭାଗ ପ୍ରସ୍ତୁତ ଥିଲେ ମଧ୍ୟ ମା’ ହାତୀ ପାଖରେ ଥିବାରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇପାରୁନି।
Also Read
ଯଦି ଦରକାର ପଡେ ମା’ ହାତୀକୁ ଟ୍ରାଙ୍କୁଲାଇଜ୍ କରାଯିବ ବୋଲି ବନବିଭାଗ କହିଛି। ମେଡିକାଲ ଟିମୋ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ସେପଟେ ଏହି ହାତୀ ଛୁଆକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ଼ ମଧ୍ୟ ଜମିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ; ପର୍ଯ୍ୟଟକଙ୍କୁ ନୋ ଏଣ୍ଟ୍ରି
ଆସନ୍ତା ୬ରୁ ୮ତାରିଖ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା ହେବାକୁ ଥିବାବେଳେ ସାତକୋଶିଆର ମହାନଦୀ ଏବଂ ଅନ୍ୟାନ୍ୟ ଜଳାଶୟରେ ଗଣନା କାର୍ଯ୍ୟ ହେବ ।
Miscellaneous
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Miscellaneous
ଓଡ଼ିଶାର କଶ୍ମୀରରେ ଇଟାଲୀ ପର୍ଯ୍ୟଟକ
ଇଟାଲୀ ପର୍ଯ୍ୟଟକ କାଥେରୀନା ଓ ଟୋନି। ନୂଆବର୍ଷରେ ଉଭୟ ଓଡ଼ିଶା ଆସିଛନ୍ତି। ଓଡ଼ଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଯାଇଥିଲେ। ଉଭୟ ଶୀତୁଆ ସକାଳରେ କାକର ଭିଜା ଘାସର ଗାଲିଚା ସାଙ୍ଗକୁ ପଟାଙ୍ଗୀ ଆଦିବାସୀ ସାହିର ମନୋରମ ଦୃଶ୍ୟକୁ ଉପଭୋଗ କରିଥିଲେ।