Advertisment

ଦୁବାଇରେ ଫସିଛି ମୃତଦେହ; ଓଡ଼ିଶା ଫେରାଇ ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ମୃତ ଓଡ଼ିଆ ଯୁବକ ରଜତ କୁମାର ଜେନାଙ୍କ ମରଶରୀର ଭାରତ ଫେରାଇ ଆଣିବା ପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖି ନିବେଦନ କରିଛନ୍ତି ବୈଜୟନ୍ତ ପଣ୍ତା ।

author-image
Manoj Swain
ଅଦ୍ୟତନ ହୋଇଛି
Baijayant Panda

Baijayant Panda

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡ଼ିଆ ଯୁବକ ରଜତ କୁମାର ଜେନାଙ୍କ ମରଶରୀର ଭାରତ ଫେରାଇ ଆଣିବା ପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ପତ୍ର ଲେଖି ନିବେଦନ କରିଛନ୍ତି।

Advertisment

ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଟୁବୁକା ଗାଁର ବୁଦ୍ଧିମାନ ଜେନାଙ୍କ ପୁଅ ରଜତ ୫ ମାସ ତଳେ ଦୁବାଇରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ୧୦ ତାରିଖରେ କୌଣସି କାରଣରୁ ତାଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ରଜତଙ୍କ ସହକର୍ମୀ ଏନେଇ ପରିବାର ଲୋକଙ୍କୁ ଜଣାଇଥିଲେ। ଏକଥା ଶୁଣିବା ପରେ ପରିବାର ଲୋକଙ୍କ ଅକଲ ଗୁଡୁମ୍‌ ହୋଇଯାଇଥିଲା।  

ରଜତଙ୍କ ପିତା ମରଶରୀର ଗାଁକୁ ଫେରାଇ ଆଣିବା ପାଇଁ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ଜରିଆରେ ଶ୍ରୀ ପଣ୍ତାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଅନୁରୋଧ କ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

Advertisment
Baijayant Panda