Advertisment

ବାଲେଶ୍ୱର ଟ୍ରେନ୍ ଟ୍ରାଜେଡି: ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ସିବିଆଇ ରିମାଣ୍ଡ ଆବେଦନର ଶୁଣାଣି କରି ଆଜି ରାତି ପ୍ରାୟ ସାଢ଼େ ୧୦ଟାରେ ଏହି ଅନୁମତି ଦେଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ।

author-image
Niranjan Mishra
ଅଦ୍ୟତନ ହୋଇଛି
Balasore

Balasore

ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରାଜେଡି ମାମଲାରେ ୩ ଅଭିଯୁକ୍ତଙ୍କୁ ସିବିଆଇ ୫ ଦିନିଆ ରିମାଣ୍ଡ ନେବା ପାଇଁ ଅନୁମତି ଦେଲେ କୋର୍ଟ। ସିବିଆଇ ରିମାଣ୍ଡ ଆବେଦନର ଶୁଣାଣି କରି ଆଜି ରାତି ପ୍ରାୟ ସାଢ଼େ ୧୦ଟାରେ ଏହି ଅନୁମତି ଦେଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ।

Advertisment

ବାହାନଗା ବଜାର ଷ୍ଟେସନ୍‌ରେ ଘଟିଥିଲା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଯାଇଥିଲା ୨୯୩ ଜଣ ଯାତ୍ରୀଙ୍କ ଜୀବନ। ଏହି ମାମଲାରେ ସିବିଆଇ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଗିରଫ ତିନି ଅଭିଯୁକ୍ତ ହେଲେ ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର।

ସିବିଆଇ ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଧାରା ୩୦୪ ଓ ୨୦୧ ଲାଗାଇଥିଲା। ଜାଣିଶୁଣି ମୃତ୍ୟୁ ମୁହଁକୁ ଠେଲିଦେବା ଓ ଅପରାଧ ଘଟାଇ ପ୍ରମାଣ ନଷ୍ଟ ପରି ଅଭିଯୋଗ ଲଗାଇଛି ସିବିଆଇ।

Advertisment

ଗତ ଜୁନ୍ ୨ ତାରିଖରେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଘଟିଥିଲା ଦୁର୍ଘଟଣା। ଶାଳିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା। ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌। ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ। ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା।

Odisha Balasore BalasoreTrainAccident Bahanaga