Advertisment

୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍; ମୋଦି କରିବେ ଶୁଭାରମ୍ଭ

ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି ବିଶାଖାପାଟଣାରେ ପହଞ୍ଚିବ।

author-image
Tapaswini Nayak
ଅଦ୍ୟତନ ହୋଇଛି
vande bharat train

vande bharat train

ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି ବିଶାଖାପାଟଣାରେ ପହଞ୍ଚିବ।

Advertisment

ଏହା ପୂର୍ବରୁ ସମ୍ବଲପୁର ଡିଆରଏମ ତୁଷାରକାନ୍ତ ପାଣ୍ଡେ ଟିଟିଲାଗଡ଼ ରେଳ ଷ୍ଟେସନରେ ପହଞ୍ଚି ସମୀକ୍ଷା କରିଛନ୍ତି। ଏହି ଟ୍ରେନ ଗଡ଼ିବା ଦ୍ୱାରା ବିଶେଷ କରି ପଶ୍ଚିମ ଓଡ଼ିଶାର ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ାର ଲୋକେ ସୁବିଧା ପାଇବେ। ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓଡ଼ିଶାର ରାୟଗଡ଼ାରେ ରହଣି କରିବ।

 ସୂଚନାଯୋଗ୍ୟ, ନିଜ ଜନ୍ମଦିନରେ ଅର୍ଥାତ୍ ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବିଜେପି ସରକାରଙ୍କ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ର ୧୦ଲକ୍ଷ ହିତାଧିକାରୀଙ୍କୁ ‘ଘର ମଞ୍ଜୁରୀ ପତ୍ର’, ୨୬ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଂଟନ ସହ ‘ଆବାସ+ ୨୦୨୪’ର ଆପ୍ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।

Advertisment
Rayagada Vande Bharat Express