Advertisment

ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ବାବା ସାହେବ ଆମ୍ବେଦକରଙ୍କ ଆଦର୍ଶ ଓ ଦେଶ ଗଠନରେ ତାଙ୍କର ମହାନ ଅବଦାନ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବରମୁଣ୍ଡା ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ।

author-image
Jitendra Garnayak
Bus Stand

Bus Stand

ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵରର ବରମୁଣ୍ଡାରେ ନବନିର୍ମିତ ବସଷ୍ଟାଣ୍ଡ। ଏହା ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଭାବେ ପରିଚିତ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।  

Advertisment

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଡକ୍ଟର ଆମ୍ବେଦକର ଜଣେ ଦୂରଦର୍ଶୀ ନେତା ତଥା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ଓ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ। ସମସ୍ତେ ଯେପରି ନ୍ୟାୟ ପାଇବେ, ସେ ଦିଗରେ ସାରା ଜୀବନ ସେ କାର୍ଯ୍ୟ କରିଥିଲେ। 

ବାବା ସାହେବ ଆମ୍ବେଦକରଙ୍କ ଆଦର୍ଶ ଓ ଦେଶ ଗଠନରେ ତାଙ୍କର ମହାନ ଅବଦାନ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବରମୁଣ୍ଡା ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳର ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ।ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ।

Advertisment

ବରମୁଣ୍ଡାରେ ୧୫.୫ ଏକର ପରିମିତ ଜମିରେ ନୂଆ ବସଷ୍ଟାଣ୍ଡ ନିର୍ମାଣ କରାଯାଇଛି। ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ କରାଯାଇଛି। 

Baramunda Bus Stand