Advertisment

ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ହଟିଲେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ

ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଓ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିଛନ୍ତି।

author-image
Manoranjan Sial
ଅଦ୍ୟତନ ହୋଇଛି
Liquor

Liquor

ଟିକିରି ମଦ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ। ହଟିଲେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ନିର୍ଦ୍ଦେଶ ପରେ ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ହଟାଇଲେ ରାଜ୍ୟ ସରକାର। ଗଞ୍ଜାମ ଜିଲ୍ଲା ଟିକିରିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ୧୨ରୁ ଅଧିକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

Advertisment

ଗଞ୍ଜାମ ଜିଲ୍ଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଓ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିଛନ୍ତି। ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି, ବେଆଇନ୍‌ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ଏଥିସହିତ ବେଆଇନ୍‌ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ। ଏଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷିଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ଉ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହିତ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି। 

Advertisment

ସୂଚନାଯୋଗ୍ୟ ଯେ ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସନ୍ଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ଉକୁ ଜୋରଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

Ganjam Toxic Liquor