ଚିକିଟି ମଦ ମୃତ୍ୟୁ ଘଟଣାରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଥିବା ବେଳେ ଆଜି ୨ ଅଧିକାରୀଙ୍କୁ ବଦଳି କରିଛନ୍ତି।
ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି କରାଯାଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତିଙ୍କ କୋରାପୁଟକୁ ବଦଳି କରାଯାଇଥିବା ବେଳେ ଏସ୍ଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି ହୋଇଛନ୍ତି।
Also Read
ଚିକିଟି ମଦ ଟ୍ରାଜେଡିକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହେବା ପରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ କରାଯାଇଛି। ଗତକାଲି ସଂଧ୍ୟା ସୁଦ୍ଧା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ରହିଛି। ଗଞ୍ଜାମ ଜିଲ୍ଲାରୁ ୩୮୫ ଲିଟର ମଦ ଜବତ କରାଯାଇଥିବା ସୂଚନା ରହିଛି।
ସୂଚନାଯୋଗ୍ୟ, ଗଞ୍ଜାମ ଜିଲ୍ଲା ଟିକିରିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ୧୨ରୁ ଅଧିକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।