Advertisment

୨୪ରେ ପୁରୀରୁ ରାଉରକେଲା ମଧ୍ୟରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ।

vande bharat express

vande bharat express

Advertisment

ଆସନ୍ତା ୨୪ ତାରିଖରୁ ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ରାଉଲକେଲା ମଧ୍ୟରେ ଚାଲିବ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି।

Advertisment

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ। ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ଛାଡିବାକୁ ଥିବା ବେଳେ ଦିନ ୧୨ଟା ୪୫ ମିନିଟରେ ରାଉରକେଲା ଷ୍ଟେସନରେ ପହଞ୍ଚିବ।

ସେହିପରି ଫେରିବା ମାର୍ଗରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ୍ ଅପରାହ୍ନ ୨ଟା ୧୦ରେ ରାଉଲକେଲା ଛାଡ଼ିବ ଓ ରାତି ୯ଟା ୪୦ ମିନିଟରେ ପୁରୀ ଷ୍ଟେସନରେ ପହଞ୍ଚିବ। ଏହି ଟ୍ରେନଟି ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଳପୁର ସିଟି ଓ ଝାରସୁଗୁଡା ଷ୍ଟେସନରେ ରହଣି କରିବ।

Advertisment

ଆସନ୍ତାକାଲି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍ ହୋଇଥିଲା। ଟ୍ରେନଟି ସକାଳ ୫ଟାରେ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିଥିଲା। ଏହାପରେ ୨ଟା ୧୦ରେ ରାଉରକେଲାରୁ ବାହାରି ୯ଟା ୪୦ରେ ପୁରୀରେ ପହଞ୍ଚିଥିଲା।

Puri Vande Bharat Express
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe