Advertisment

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କୁ ବିଶେଷ ଭାବେ ଆକୃଷ୍ଟ କରିବ ସ୍କାଏ ୱାକ୍ ବା ୱାକ୍ ୱେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Crocodiles

Crocodiles

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତା ଅଗଷ୍ଟ ୧ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ ଅଗଷ୍ଟ ୧ରୁ ଏହା ଖୋଲି‍‍‍ବ। ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କୁ ବିଶେଷ ଭାବେ ଆକୃଷ୍ଟ କରିବ ସ୍କାଏ ୱାକ୍ ବା ୱାକ୍ ୱେ।

Advertisment

ଡାଙ୍ଗମାଳ ଠାରେ କୁମ୍ଭୀର ପ୍ରଜନନ କେନ୍ଦ୍ର ଥିବା ବେଳେ ସେହିଠାରେ ପ୍ରାକୃତିକ ପରିବେଶ ଉପଭୋଗ କରିବା ପାଇଁ ବନବିଭାଗ ପକ୍ଷରୁ ୱାକ ୱେ ନିର୍ମାଣ କରାଯାଇଛି। ମ୍ୟାଙ୍ଗ୍ରୁଭ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ୱାକ ୱେ, ପ୍ରାୟ ୬ଶହ ମିଟର ଲମ୍ବ ଏବଂ ଏହାକୁ କାଠରେ ତିଆରି କରାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ଗୋଟିଏ ଥରରେ ୨୦ ଜଣ ଲେଖାଏଁ ପର୍ଯ୍ୟଟଙ୍କୁ ଏଥିରେ ଛଡ଼ାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Bhitarkanika Kendrapada