Advertisment

ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା

ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ୧୫ ଦିନର ସାମୟିକ ଛୁଟି ପାଇବେ।

undefined

Loka Seva Bhavan

Advertisment

ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ଆଜି ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ୧୫ ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ମାତୃତ୍ଵ ଛୁଟି ମିଳିବ। ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ ପ୍ଲେସ୍‌ମେଣ୍ଟ ସ୍କେଲ୍ ସୁବିଧା ପ୍ରଦାନ କରାଯିବ। 

ସେହିପରି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ସେବା ସମୟରେ ପ୍ରାଣ ହରାଇଲେ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶିକୁ ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। 

Advertisment

ଇତିମଧ୍ୟରେ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଷାଠିଏ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନ ସହାୟତା ରାଶି ପ୍ରଦାନ କରିବାକୁ କ୍ୟାବିନେଟ୍ ଅନୁମୋଦନ କରିଛି। ଶିକ୍ଷକ ମାନଙ୍କୁ ୧୦ ଲକ୍ଷ ଓ ଅଣ-ଶିକ୍ଷକ କର୍ମଚାରୀଙ୍କୁ ୫ ଲକ୍ଷ ଟଙ୍କା ଦେବାକୁ ନିଷ୍ପତ୍ତି ହୋଇଛି।

Block Grant Teachers
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe