Advertisment

ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ; କାଲି ବସ୍ ଚଳାଚଳ ବନ୍ଦ ଡାକରା

ଘରୋଇ ବସ୍ ବନ୍ଦ କରିବେ ପଶ୍ଚିମାଞ୍ଚଳ ଓ ଦକ୍ଷଣାଞ୍ଚଳର ବସ୍ ମାଲିକ ସଂଘ। ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

author-image
Niharika Rout
BUS

BUS

ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ତେଜିଲା ବିବାଦ। ଘରୋଇ ବସ୍ ବନ୍ଦ କରିବେ ପଶ୍ଚିମାଞ୍ଚଳ ଓ ଦକ୍ଷଣାଞ୍ଚଳର ବସ୍ ମାଲିକ ସଂଘ। ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

Advertisment

୧୩ ଜିଲ୍ଲାର ୨୪ ଘରୋଇ ବସ୍ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବ। ସେମାନେ ଅଭିଯୋଗ କରିଛନ୍ତି, ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ ଲକ୍ଷ୍ମୀ ବସ୍ ଚାଲିଥିଲା। ପ୍ରତିବାଦ ପରେ ବନ୍ଦ ରହିଥିଲା।

ତେବେ ପୁଣି ଟାୟାର ଟୁ ଲକ୍ଷ୍ମୀ ବସ ଚଳାଚଳ ନେଇ ବସ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁଁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ସରକାର ବଦଳିଛି, ହେଲେ ବଦଳିନି ପୂର୍ବ ସରକାରଙ୍କ ଯୋଜନା।

Advertisment

ଏନେଇ ପରିବହନ ବିଭାଗ କିମ୍ବା ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । କଳାହାଣ୍ଡି ବସ୍‌ ମାଲିକ ସଂଘ ସଭାପତି ପ୍ରବୋଧ ରଥ କହିଛନ୍ତି, ୧୪ଟି ଜିଲ୍ଲା ଓ ୨୫ଟି ୟୁନିୟନ ଏହି ଆଲୋଚନାରେ ସାମିଲ ହୋଇଛନ୍ତି। ବର୍ଷେ ହେଲା ଆମେ ସଂଗ୍ରାମ ଜାରି ରଖିଛୁ। ଆମର ବସ୍‌ ମାଲିକ ଓ କର୍ମଚାରୀଙ୍କ ଦୁଃଖ ବୁଝିବାକୁ ସରକାର ଚେଷ୍ଟା କରନ୍ତୁ।

ଏହା ଆମ ପେଟପାଟଣାର କଥା। ସରକାର ଆମ ଦାବି ଗ୍ରହଣ କରି ଏହି ସମସ୍ୟାର ସମାଧାନ କରନ୍ତୁ ବୋଲି ଅନୁରୋଧ କରୁଛୁ। ନଚେତ ଆସନ୍ତାକାଲି ସକାଳ ୬ଟାରୁ ଆମେ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ସେ କହିଛନ୍ତି। 

Bus Strike