Advertisment

ଲକ୍ଷ୍ମୀ ବସ୍‌କୁ ନେଇ ପୁଣି ତେଜିଲା ବିବାଦ: ଆନ୍ଦୋଳନକୁ ଓହ୍ଲାଇବ ଘରୋଇ ବସ୍‌ ମାଲିକ ସଂଘ

ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ ବସ୍ ଚାଲିଥିଲା। ପ୍ରତିବାଦ ପରେ ବନ୍ଦ ରହିଥିଲା, ତେବେ ପୁଣି ଟାୟାର ଟୁ ଲକ୍ଷ୍ମୀ ବସ୍‌ ଚଳାଚଳ ନେଇ ବସ୍‌ ମାଲିକ ସଂଘ ପ୍ରତିବାଦ କରିଥିଲେ।

Laxmi Bus

Laxmi Bus

Advertisment

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଘରୋଇ ବସ ମାଲିକ ସଂଘ। ଆସନ୍ତା ୭ ଓ ୮ ତାରିଖରେ ୨୪ ଘଣ୍ଟିଆ ବସ୍‌ ଚଳାଚଳ ବନ୍ଦ ରଖିବାକୁ ନେଇଛନ୍ତି ନିଷ୍ପତ୍ତି।

Advertisment

ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ ବସ୍ ଚାଲିଥିଲା। ପ୍ରତିବାଦ ପରେ ବନ୍ଦ ରହିଥିଲା, ତେବେ ପୁଣି ଟାୟାର ଟୁ ଲକ୍ଷ୍ମୀ ବସ୍‌ ଚଳାଚଳ ନେଇ ବସ୍‌ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁଁ ତାହା ସ୍ଥଗିତ ରହିଥିଲା।

ବର୍ତ୍ତମାନ ସରକାର ବଦଳିଛି, ହେଲେ ବଦଳିନି ପୂର୍ବ ସରକାରଙ୍କ ଯୋଜନା। ଏହାକୁ ନେଇ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହୋଇଛନ୍ତି ବସ ମାଲିକ ସଂଘ।

Advertisment

ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକମାନେ ଲକ୍ଷ୍ମୀ ବସ୍‌ ଚଳାଚଳ ଯୋଜନାକୁ ବିରୋଧ କରି ପୁଣିଥରେ ଏକଜୁଟ୍ ହୋଇଛନ୍ତି। ଆସନ୍ତା ୭ ତାରିଖ ସୁଦ୍ଧା ଯଦି ଦାବି ପୂରଣ ନ ହୁଏ ତେବେ ବସ୍ ଚଳାଚଳ ବନ୍ଦ କରିବାକୁ ଚେତାବନୀ ଦେଇଛନ୍ତି । ତେବେ ଏନେଇ ପରିବହନ ବିଭାଗ କିମ୍ବା ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ଏନେଇ ବଲାଙ୍ଗିର ବସ ମାଲିକ ସଂଘ ସଭାପତି ଚଗଲା ପରିଛା କହିଛନ୍ତି, ଆସନ୍ତା ୭ ତାରିଖ ସନ୍ଧ୍ୟାରୁ ଆମେ ୨୪ ଘଣ୍ଟା ପାଇଁ ଆନ୍ଦୋଳନକୁ ଓହ୍ଲାଇବୁ। ସରକାର ଦାବି ନ ଶୁଣିଲେ ଆଗାମୀ ଦିନରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇବୁ। 

Laxmi Bus
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe