Advertisment

ବାହାନଗା ଟ୍ରାଜେଡି; ମେଡ଼ିକାଲ୍‌ ଚେକ୍‌ଅପ୍‌ ପରେ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଆଜି ସନ୍ଧ୍ୟା ବେଳେ ୩ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ମଧ୍ୟରେ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ନିଆଯାଇଥିଲା। ସେଠାରେ ମେଡ଼ିକାଲ୍‌ ଚେକ୍‌ଅପ୍‌ ପରେ ପୁଣି ଥରେ ଭୁବନେଶ୍ୱର ସିବିଆଇ ଅଫିସ୍‌କୁ ଅଣାଯାଇଥିଲା।

ଅଦ୍ୟତନ ହୋଇଛି
Balasore

Balasore

Advertisment

ବାହାନଗା ବଜାର ଷ୍ଟେସନ୍‌ରେ ଘଟିଥିଲା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଯାଇଥିଲା ୨୯୩ ଜଣ ଯାତ୍ରୀଙ୍କ ଜୀବନ। ଏହି ମାମଲାରେ ସିବିଆଇ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଗିରଫ ତିନି ଅଭିଯୁକ୍ତ ହେଲେ ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର। ଆଜି ସନ୍ଧ୍ୟା ବେଳେ ୩ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ମଧ୍ୟରେ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ନିଆଯାଇଥିଲା। ସେଠାରେ ମେଡ଼ିକାଲ୍‌ ଚେକ୍‌ଅପ୍‌ ପରେ ପୁଣି ଥରେ ଭୁବନେଶ୍ୱର ସିବିଆଇ ଅଫିସ୍‌କୁ ଅଣାଯାଇଥିଲା। ପରେ ତିନି ଅଭିଯୁକ୍ତଙ୍କୁ ଭୁବନେଶ୍ୱର ସ୍ପେଶାଲ୍‌ ସିବିଆଇ କୋର୍ଟରେ ହାଜର କରାଯାଇଛି। ସେମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିଛି ସିବିଆଇ।

Advertisment

ମିଳିଥିବା ସୂଚନା ଅନୁସାରେ ୩ ଅଭିଯୁକ୍ତଙ୍କୁ ପଚରାଉଚରା ପାଇଁ ଡାକିଥିଲା ସିବିଆଇ। ସେମାନେ ଆସିବା ପରେ ସିବିଆଇ ୩ ଅଭିଯୁକ୍ତଙ୍କୁ ପର୍ଯ୍ୟାୟ କ୍ରମେ ପଚରାଉଚରା କରିଥିଲା। ତେବେ ସେମାନଙ୍କ ଉତ୍ତରରେ ତାଳମେଳ ରହିନଥିଲା। ପରେ ସେମାନଙ୍କୁ ସିବିଆଇ ଗିରଫ କରିଥିଲା। ସେମାନଙ୍କ ବିରୋଧରେ ଆଇପିସି ଧାରା ୩୦୪ ଓ ୨୦୧ ଲାଗାଇଥିଲା। ଜାଣିଶୁଣି ମୃତ୍ୟୁ ମୁହଁକୁ ଠେଲିଦେବା ଓ ଅପରାଧ ଘଟାଇ ପ୍ରମାଣ ନଷ୍ଟ ପରି ଅଭିଯୋଗ ଲଗାଇଛି ସିବିଆଇ। ତେବେ ଏହି ମାମଲାରେ ଆଉ କାହାକୁ ସିବିଆଇ ଗିରଫ କରିବ, ତାହା ଆଗାମୀ ଦିନରେ ଦେଖିବାକୁ ମିଳିବ।

ଗତ ଜୁନ୍ ୨ ତାରିଖରେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଘଟିଥିଲା ଦୁର୍ଘଟଣା। ଶାଳିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍‌ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା। ଠିକ୍‌ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍‌ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍‌। ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ। ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା।

Advertisment
Balasore CBI BalasoreTrainAccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe