Advertisment

ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ସତ୍ୟପାଠ ଦାଖଲ କଲା ସିବିଆଇ

ବ୍ଲାକରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ସଂପର୍କିତ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି ସିବିଆଇ ।

ଅଦ୍ୟତନ ହୋଇଛି
Black Rose

Black Rose

Advertisment

ବ୍ଲାକରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ସଂପର୍କିତ ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି ସିବିଆଇ । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ ଥର ଅନୁରୋଧ କରାଯାଇଥିବା ସତ୍ତ୍ୱେ ରାଜ୍ୟ ସରକାର ଅନୁମତି ଦେଇ ନ ଥିବା ସିବିଆଇ ନିଜ ସତ୍ୟପାଠରେ ଦର୍ଶାଇଛି। ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Advertisment

୨୦୦୯ ସେପ୍ଟେମ୍ବର ୯ ତାରିଖରେ ପାରାଦୀପ ସମୁଦ୍ର ଉପକୂଳରୁ ୫ କିଲୋମିଟର ଦୂରରେ ଭାରସାମ୍ୟ ହରାଇ ବୁଡ଼ିଯାଇଥିଲା ଜାହାଜ ବ୍ଲାକରୋଜ। ଏହି ଜାହାଜରେ ଥିଲା ୨୩,୫୦୦ ମେଟ୍ରିକ ଟନ୍ ଲୁହାପଥର। ଏଥିରେ ଜାହାଜର ଜଣେ ଯନ୍ତ୍ରୀଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା।

ଦୀର୍ଘ ଦିନ ଧରି ଜାହାଜଟି ସମୁଦ୍ରରେ ପଡ଼ି ରହିବାରୁ ସମୁଦ୍ରରେ ତେଲ ଭାସିଥିଲା। ହେଲେ ଏହି ଜାହାଜକୁ କୂଳକୁ ଆଣିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନଥିଲା। ଏବେ ଜାହାଜଟି ପାଣିରେ ସମ୍ପୂର୍ଣ୍ଣ ବୁଡ଼ିଯାଇଛି।

Advertisment

ସିବିଆଇ ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଥିବା ସତ୍ୟପାଠରେ କୁହାଯାଇଛି, ବ୍ଲାକରୋଜ ସୋମାଲିଆର ଜାହାଜ ହୋଇଯାଇଥିବା ବେଳେ ଭାରତୀୟ ସମୁଦ୍ର ସୀମାରେ ବୁଡ଼ି ଯାଇଥିଲା।

ତେଣୁ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ଦୃଷ୍ଟିରେ ରଖି ଉକ୍ତ ଜାହାଜ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରିବାକୁ ୨୦୧୮ ମସିହାରେ ଏହି ଘଟଣାର ସିବିଆଇ ତଦନ୍ତ କରିବାକୁ ନିଷ୍ପତ୍ତି ନେଇଥିଲା ଜାହାଜ ମନ୍ତ୍ରାଳୟ । ଏନେଇ ପାରାଦୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା।

ଏହାପରେ ୨୦୧୯ ମସିହା ନଭେମ୍ବରରେ ସିବିଆଇ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚିଠି ଲେଖାଯାଇ ଥିଲା। କିଛି ମାସ ପରେ ପୁନର୍ବାର ଏକ ଚିଠି ଦିଆଯାଇଥିଲା। ମାତ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ କୌଣସି ଅନୁମତି ଦିଆଯାଇ ନ ଥିଲା।

ଅନ୍ୟ ଦେଶର ଜାହାଜ ଓଡ଼ିଶା ସୀମା ସମୁଦ୍ରରେ ବୁଡ଼ି ଯାଇଥିବା ବେଳେ ତା’ ସମ୍ପର୍କରେ ଅଧିକ ଖୋଳତାଡ଼ କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରି ନ ଥିଲେ। ଫଳରେ ରାଜ୍ୟ ସରକାର ଅନୁମତି ନ ଦେବାରୁ ସିବିଆଇ ତଦନ୍ତ ଆରମ୍ଭ ହୋଇ ପାରିନି। ଏନେଇ ଆଜି ସିବିଆଇ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି।

ଆସନ୍ତା ଦୁଇ ସପ୍ତାହ ପରେ ପୁନର୍ବାର ହାଇକୋର୍ଟରେ ଉକ୍ତ ମାମଲାର ଶୁଣାଣି ହେବ । ଏନେଇ ହାଇକୋର୍ଟ କ’ଣ ରାୟ ପ୍ରକାଶ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର।

Cuttack Odisha Highcourt
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe