ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍‌ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

CMO PhotoOR

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍‌

Manoranjan Sial
  • Published: Tuesday, 26 November 2024
  • Updated: 26 November 2024, 06:31 PM IST

Sports

Latest News

ଓଡ଼ିଶା ପ୍ରତିବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି। ଲୋକଙ୍କ ଜୀବନ ବଞ୍ଚାଇବାରେ ସରକାର ସଫଳ ହେଉଥିବା ବେଳେ ବିଭିନ୍ନ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ହେଉଛି। ଏହାର ପୁନଃ ନିର୍ମାଣ ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରିବାକୁ ପଡୁଛି। ତେଣୁ ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ କରାଯିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍‌ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହା ସହିତ ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମତ ରଖିଛନ୍ତି। ଏ ଦିଗରେ କେନ୍ଦ୍ର ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବା ପାଇଁ ପ୍ରସ୍ତାବ ଦେଇଛନ୍ତି।

Also Read

ଆଲୋଚନାରେ ଅଂଶଗ୍ରହଣ କରି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ସ୍ଥାୟୀ ଭିତ୍ତିଭୂମି ସୃଷ୍ଟି କରାଯାଇ ପାରିଲେ ଓଡ଼ିଶା ଅର୍ଥନୈତିକ ବିକାଶ ତ୍ୱରାନ୍ୱିତ ହୋଇପାରିବ।

ପରେ ଶ୍ରୀ ପୂଜାରୀ କହିଛନ୍ତି, ବିପର୍ଯ୍ୟୟ ବେଳେ କ୍ଷୟକ୍ଷତି ହ୍ରାସ ଲାଗି ଦୀର୍ଘକାଳୀନ ଯୋଜନା ଦାବି କରିଛୁ। ବାତ୍ୟା, ବନ୍ୟା ନିରୋଧି ଗୃହ ନିର୍ମାଣ ଲାଗି କେନ୍ଦ୍ରକୁ ପ୍ରସ୍ତାବ ଦେଇଛୁ। ଉପକୂଳ ଜିଲ୍ଲାରେ ହେନ୍ତାଳ ବଣ ସୃଷ୍ଟି ପାଇଁ ପ୍ରସ୍ତାବ ଦେଇଛୁ। ଓଡ୍ରାଫକୁ ଆଧୁନିକୀକରଣ କରିବାକୁ ମଧ୍ୟ ସହଯୋଗ ଲୋଡିଛୁ। ପ୍ରଧାନମନ୍ତ୍ରୀ ଓ ଗୃହ ମନ୍ତ୍ରୀ ଆସିଲେ ଦାବି ଦୋହରାଇବୁ ବୋଲି ସୁରେଶ ପୂଜାରୀ କହିଛନ୍ତି।

ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍‌ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ପିକେ ରାଏଙ୍କ ନେତୃତ୍ୱରେ ଏକ ୭ ଜଣିଆ ଟିମ୍‌ ୨୪ ତାରିଖରୁ ଓଡ଼ିଶା ଆସି ସବୁଠୁ ଅଧିକ କ୍ଷତିଗ୍ରସ୍ତ ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିଛନ୍ତି।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ଷୟକ୍ଷତିର ଭରଣା ପାଇଁ ସହାୟତା ସହିତ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂହ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story