ଜାତୀୟସ୍ତରରେ ପାଳନ ହେବ ମହତାବ ଜୟନ୍ତୀ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ପାଳନ ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ।

Harekrushna Mahatab

ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ହରେକୃଷ୍ଣ ମହତାବ

Ordigital Desk
  • Published: Tuesday, 05 November 2024
  • Updated: 05 November 2024, 07:17 PM IST

Sports

Latest News

ଭାରତ ସ୍ୱାଧୀନ ହେବାପରେ ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କୁ ଉପଯୁକ୍ତ ସମ୍ମାନ ଦେବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି । ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟସ୍ତରରେ ପାଳନ କରିବା ନିମନ୍ତେ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ପାଳନ ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଏହି କିମ୍ବଦନ୍ତୀ ରାଷ୍ଟ୍ରବାଦୀ ନେତାଙ୍କ ପ୍ରତି ଏହା ଏକ ମହାନ ଶ୍ରଦ୍ଧାଞ୍ଜଳି ଓ ଓଡ଼ିଆ ଅସ୍ମିତାର ପ୍ରମାଣ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି ।

Also Read

ଓଡ଼ିଶା ସରକାର ମହତାବଙ୍କ ଜୟନ୍ତୀକୁ ବର୍ଷବ୍ୟାପୀ ପାଳନ କରିବା ପାଇଁ ନିଷ୍ପତ୍ତି ନେବାର ୩ଦିନ ପରେ କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଆସିଛି । ରାଜ୍ୟ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମହତାବଙ୍କ ଜୟନ୍ତୀ ପାଇଁ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଆଧୁନିକ ଓଡ଼ିଶାର ବିନ୍ଧାଣୀ ଭାବେ ମହତାବଙ୍କ ଜୀବନୀକୁ ସ୍କୁଲ,କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଅବଗତି ପାଇଁ ପ୍ରଦର୍ଶନ କରାଯିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି । ନଭେମ୍ବର ୨୩ରୁ ୨୫ତାରିଖ ଦିନଧରି ରାଜ୍ୟସ୍ତରୀୟ ଉତ୍ସବ ସହ ମହତାବଙ୍କ ଜନ୍ମସ୍ଥାନ ଭଦ୍ରକ ଜିଲ୍ଲାର ଆଗରପଡ଼ାଠାରେ ଏକ ସ୍ମାରକୀ ମ୍ୟୁଜିୟମ ସ୍ଥାପନ ପାଇଁ ମଧ୍ୟ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story