ଗଜପତି ଜିଲ୍ଲା ମୋହନା ବ୍ଲକର ଦୁର୍ଗମ ଅଞ୍ଚଳ ଖଜୁରୀପଦା ଗାଁରେ ବ୍ୟାପୁଛି ହାଡ଼ଫୁଟି। ପ୍ରାୟ ୩୦ରୁ ଅଧିକ ଲୋକେ ଆକ୍ରାନ୍ତ ହୋଇଥିବା ବେଳେ ୩ଜଣ ମହିଳାଙ୍କ ଅବସ୍ଥା ଗୁରୁତର ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ୧୦ ଜଣ ଶିଶୁ ଅଛନ୍ତି ।
ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତରଙ୍କ ସମେତ ଜିଲ୍ଲା ସ୍ଥରୀୟ ୯ ଜଣିଆ ଡାକ୍ତରୀ ଟିମ୍ ଗାଁକୁ ଯାଇ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି। ଏଥିସହ ଆଶା କର୍ମୀମାନେ ଗାଁକୁ ଯାଇ ଆକ୍ରାନ୍ତଙ୍କୁ ଔଷଧ ମଧ୍ୟ ବଣ୍ଟନ କରିଛନ୍ତି। ତେବେ କେଉଁ କାରଣ ପାଇଁ ଗାଁରେ ହାଡଫୁଟି ବ୍ୟାପୁଛି ତାର ପ୍ରକୃତ କାରଣ ଜଣା ପଡ଼ିନାହିଁ।
Also Read
ଜଣେ ଗ୍ରାମବାସୀ କହିଛନ୍ତି, ମାସେ ହେବ ଗାଁରେ ହାଡ଼ଫୁଟି ବ୍ୟାପିଛି। ଗାଁରେ ଡାକ୍ତରୀ ଟିମ୍ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ଦେଇଛନ୍ତି। କେଉଁ କାରଣ ପାଇଁ ଗାଁରେ ହାଡ଼ଫୁଟି ବ୍ୟାପୁଛି ଜଣାପଡ଼ିନାହିଁ। ପାଣି ପାଇଁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷରେ ଗାଁରେ ଏବେ ସ୍ଥିତି ନିୟନ୍ତ୍ରଣ ଅଛି ବୋଲି କହିଛନ୍ତି ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।