Advertisment

ହସ୍ତକଳାରେ ମାଣିଆବନ୍ଧ ଶ୍ରେଷ୍ଠ ପର୍ଯ୍ୟଟନ ଗାଁ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

Mohan Majhi

Mohan Majhi

Advertisment

ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ବୟନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବେ ପୁରସ୍କୃତ କରାଯାଇଛି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଏହି ସମ୍ମାନଜନକ ପୁରସ୍କାର ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Xରେ ମାଣିଆବନ୍ଧ ଗ୍ରାମବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାରେ ହସ୍ତଶିଳ୍ପ ମଧ୍ୟରେ ବୟନଶିଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ।  କଟକ ଜିଲ୍ଲାର ମାଣିଆବନ୍ଧ ଶାଢ଼ି  ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଭାରତ ସରକାରଙ୍କ ପର୍ଯ୍ୟଟନ ବିଭାଗ ତରଫରୁ ହସ୍ତଶିଳ୍ପ ବର୍ଗରେ ମାଣିଆବନ୍ଧ ଗ୍ରାମ ‘ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ’ର ମାନ୍ୟତା ପାଇଥିବାରୁ ଗ୍ରାମବାସୀଙ୍କୁ ଶୁଭେଚ୍ଛା ଜଣାଉଛିI

ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାର ଦ୍ୱିତୀୟ ସଂସ୍କରଣରେ ୩୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ମୋଟ୍ ୯୯୧ଟି ଆବେଦନ ଗ୍ରହଣ କରାଯାଇଥିଲା। ତା’ମଧ୍ୟରୁ ୩୬ଟି ଗ୍ରାମ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତା-୨୦୨୪ର ୮ଟି ବର୍ଗରେ ବିଜେତା ଭାବରେ ମାନ୍ୟତା ପାଇିଛି। ଆଉ ସେହି ତାଲିକାରେ ହସ୍ତଶିଳ୍ପୀ କ୍ଷେତ୍ରରେ କଟକ ଜିଲ୍ଲାର ମାଣିଆବନ୍ଧ ଗ୍ରାମ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବେ ପୁରସ୍କୃତ଼ ହୋଇଛି। ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

Advertisment

Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe