Advertisment

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Hospital

Hospital

ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ମଙ୍ଗଳବାର ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍‍ସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି।

Advertisment

ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା। ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା। ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା। ଇତି ମଧ୍ୟରେ ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇଛି ଓ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତା’ପରେ ସରକାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। 

ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ଆଜି ଜଣେ ଡିଏଫଓଙ୍କୁ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁ ନିତ୍ୟାନନ୍ଦ ନାୟକ। ସେ କେନ୍ଦୁଝର ଜିଲ୍ଲା କେନ୍ଦୁପତ୍ର ଡିଭିଜନର ଡିଏଫଓ ଭାବେ କାର୍ଯ୍ୟ କରୁଥିବା ବେଳେ ଗିରଫ ହୋଇଛନ୍ତି। ତାଙ୍କର ୧୧୫ଟି ପ୍ଲଟ, ଗୋଟିଏ ଚାରି ମହଲା କୋଠା ଓ ଗୋଟିଏ ବଡ଼ ଫାର୍ମ ହାଉସ ସହିତ ଅନ୍ୟାନ୍ୟ ସଂପତ୍ତି ଠାବ କରାଯାଇଛି। 

Advertisment
CM Mohan Charan Majhi Cmo Of Odisha