Advertisment

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି।

chief minister grievance

chief minister grievance

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣୁଥିବା ବେଳେ ଏହି ଶିବିର ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି। ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ଏଥିସହ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଇ ସୂଚନା ଦିଆଯାଇଛି।

ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।

Advertisment
Bhubaneswar Cmo Of Odisha Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe