Advertisment

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି।

ଅଦ୍ୟତନ ହୋଇଛି
CM

CM

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି କରୁଥିବା ବେଳେ ଆସନ୍ତାକାଲି ତାହା ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। 

Advertisment

ଆସନ୍ତାକାଲି ସୋମବାର ହୋଇଥିଲେ ହେଁ, ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି। 

ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।  

Advertisment

ଆସନ୍ତାକାଲି ଠାରୁ ଆରମ୍ଭ ହେଉଥିବା ବିଧାନସଭାର ବଜେଟ୍ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟ ଦିବସ ଥିବାବେଳେ ଜୁଲାଇ ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ। ରାଜ୍ୟରେ ପ୍ରଥମ ବିଜେପି ସରକାରର ଏହା ପ୍ରଥମ ବଜେଟ୍ ଅଧିବେଶନ । ବିଜେପି ସରକାର ନିଜର ପ୍ରଥମ ବଜେଟରେ କେଉଁ ସବୁ ପ୍ରସଙ୍ଗକୁ ସ୍ଥାନିତ କରୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି ।

CM Mohan Charan Majhi Chief Minister Grievance Cell
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe