Advertisment

ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ, ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଏହି ଅବସରରେ ଏକ ପଦଯାତ୍ରା ମାଷ୍ଟରକ୍ୟଣ୍ଟିନ ଛକଠାରୁ ବାହାରି ରାମ ମନ୍ଦିର ଛକ ଯାଏ ଯାଇଥିଲା। ଏହି ସଚେତନତା ଅଭିଯାନ କାର୍ଯ୍ୟକ୍ରମ ପଦ ଯାତ୍ରାରେ ପରିବହନ ବିଭାଗ, NCC କ୍ୟାଡେଟ, ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ, ଡ୍ରାଇଭର, ଓ କଳାକାର ସାମିଲ ହୋଇଥିଲେ।

ଅଦ୍ୟତନ ହୋଇଛି
Road Safety Day

Road Safety Day

Advertisment

ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟ ସଡ଼କ ସୁରକ୍ଷା ମାସର ଶୁଭ ଉଦଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ସଚେତନ କରାଯାଇଛି।

Advertisment

ସଡ଼କ ସୁରକ୍ଷା ମାସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ। ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଟ୍ରାଫିକ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ ବାହାରିବ। ଚଳିତବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ। 

ଏହି ଅବସରରେ ଏକ ପଦଯାତ୍ରା ମାଷ୍ଟରକ୍ୟଣ୍ଟିନ ଛକଠାରୁ ବାହାରି ରାମ ମନ୍ଦିର ଛକ ଯାଏ ଯାଇଥିଲା। ଏହି ସଚେତନତା ଅଭିଯାନ କାର୍ଯ୍ୟକ୍ରମ ପଦ ଯାତ୍ରାରେ ପରିବହନ ବିଭାଗ, NCC କ୍ୟାଡେଟ, ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ, ଡ୍ରାଇଭର, ଓ କଳାକାର ସାମିଲ ହୋଇଥିଲେ।

Advertisment

ମୁଖ୍ୟମନ୍ତ୍ର ମଆହନ ମାଝୀ ସଡ଼କ ସୁରକ୍ଷା ପାଳନ କରିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଇଛନ୍ତି। କଳାକାରମାନେ ଚନ୍ଦ୍ରଗୁପ୍ତ ଏବଂ ଯମରାଜ୍ ଭୂମିକାରେ ଅଭିନୟ କରି ଲୋକଙ୍କୁ ସଚେତନ କରାଉଛନ୍ତି। 

ଏହି ଅବସରରେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ କୃଷ୍ଣ ମହାପାତ୍ର, ମେୟର ସୁଲୋଚନା ଦାସ, ବିଧାୟକ ମାନେ, ମୁଖ୍ୟ ସଚିବ ମନୋଜ ଆହୁଜା, ପୁଲିସ ମୁଖ୍ୟ ଯୋଗେଶ ବାହାଦୁର ଖୁରାନିଆ, ପରିବହନ ବିଭଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏଥର ସଡ଼କ ସୁରକ୍ଷା ମାସର ବାର୍ତ୍ତା ହେଉଛି Come Home safe। ସୁରକ୍ଷିତ ସହ ଘରକୁ ଫେରନ୍ତୁ।

Odisha Mohan Majhi Road Safety Day
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe