Mohan Majhi
ଆଜି ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ଭିଜିଲାନ୍ସରେ ବରିଷ୍ଠ ପାହ୍ୟାରେ ୪୮ଟି ନୂଆ ପଦବୀ ସୃଷ୍ଟିକୁ ମଞ୍ଜୁରୀ ଦେଇଛନ୍ତି । ଏହାସହିତ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ପରିମାଣକୁ ୫ଲକ୍ଷ ଟଙ୍କାରୁ ସାଢ଼େ ୭ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି । ସେହିପରି ବିଭିନ୍ନ ଶିକ୍ଷକ ସଂଘମାନଙ୍କର ଅନୁରୋଧରେ ମୁଖ୍ୟମନ୍ତ୍ରୀ ଆଜି ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜର କର୍ମଚାରୀମାନଙ୍କ ଗ୍ରାଚୁଇଟି ପରିମାଣକୁ ସାଢ଼େ ୭ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1731947980.jpg)