/odisha-reporter/media/post_attachments/uploadimage/library/16_9/16_9_0/IMAGE_1698843055.jpg)
Loka Seva Bhavan
ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ସଚିବ ଚିତ୍ତରଞ୍ଜନ ପାତ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି ।
Advertisment
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀ ପାତ୍ରଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବରିଷ୍ଠ ଓଏଏସ୍ ଦିଲ୍ଲୀପ କୁମାର ପରିଡ଼ାଙ୍କୁ ଅବସ୍ଥାପିତ କରାଯାଇଛି । ସେହିପରି ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କର ଓ ଯୁଗ୍ମସଚିବ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇଙ୍କୁ ଯଥାକ୍ରମେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଓ କୋରାପୁଟସ୍ଥିତ ଯୁଗ୍ମ କେବିକେ ପ୍ରଶାସକ ଭାବେ ବଦଳି ହୋଇଛି । ସେହିପରି ଗଜପତି ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ନୀଳମାଧବ ମାଝୀଙ୍କୁ ଗଞ୍ଜାମ ଜିଲ୍ଲା ଅତରିକ୍ତ ଉପଜିଲ୍ଲାପାଳ ଭାବେ ଛତ୍ରପୁରକୁ ବଦଳି କରାଯାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
