Advertisment

କ୍ରିକେଟର ଫାଇନାଲ ମ୍ୟାଚ୍‌ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା

ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।

Attack

Attack

Advertisment

ସାମାନ୍ୟ କ୍ରିକେଟ ଖେଳ ସୃଷ୍ଟି କରିଛି ଭୟଙ୍କର ସ୍ଥିତି। କ୍ରିକେଟର ଫାଇନାଲ ମ୍ୟାଚ୍‌ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ବ୍ୟାପକ ହିଂସାକାଣ୍ଡ ଯୋଗୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ଅନ୍ତର୍ଗତ ବେଡ଼ାପଡ଼ା ଗାଁରେ ରବିବାର ରାତିରେ ଏପରି ଘଟଣା ଘଟିଛି।

Advertisment

ରବିବାର ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ମ୍ୟାଚ୍‌ ପରେ ହଠାତ୍‌ ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ପରବର୍ତ୍ତୀ ସମୟରେ ସମସ୍ତେ ନିଜ ନିଜ ଘରକୁ ଫେରି ଯାଇଥିଲେ।

କିନ୍ତୁ ବିଳମ୍ବିତ ରାତିରେ ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ ଆରମ୍ଭ ହୋଇଯାଇଥିଲା। ଏହି ମାରପିଟରେ ସ୍ଥାନୀୟ ସରପଞ୍ଚଙ୍କ ଭାଇ ରାକେଶ ପରିଡ଼ାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ପ୍ରଥମେ ତାଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ରାକେଶଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Advertisment

ଏହାକୁ ନେଇ ଗାଁରେ ସବର୍ଣ୍ଣ ଓ ଅସବର୍ଣ୍ଣ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଚରମସୀମାରେ ପହଞ୍ଚିଛି। ରାକେଶ ସବର୍ଣ୍ଣ ଗୋଷ୍ଠୀର ହୋଇଥିବାରୁ ତାଙ୍କ ସମର୍ଥକମାନେ ଅସବର୍ଣ୍ଣ ଲୋକଙ୍କ ଉପରେ ଆକ୍ରମଣ ଆରମ୍ଭ କରିଦେଇଛନ୍ତି। ସେମାନେ ଅସବର୍ଣ୍ଣ ଗୋଷ୍ଠୀର କିଛି ଲୋକଙ୍କ ଘରେ ମଧ୍ୟ ଭଙ୍ଗାରୁଜା କରିଛନ୍ତି। ଭୟରେ କିଛି ଲୋକ ରାସ୍ତା ଉପରେ ରାତି କାଟିଥିବା ମଧ୍ୟ ଜଣାପଡ଼ିଛି।

ସ୍ଥିତି ପ୍ରବଳ ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ଗାଁରେ ୩ ପ୍ଲାଟୁନ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି। ସେହିପରି ଗୋଷ୍ଠୀ ସଂଘର୍ଷ ଘଟଣାରେ ପୁଲିସ କିଛି ଯୁବକଙ୍କୁ ଅଟକ ରଖିଛି। ଏଥିସହ ସମସ୍ତଙ୍କୁ ଶାନ୍ତିଶୃଙ୍ଖଳା ବଜାୟୀ ରଖିବାକୁ ପୁଲିସ୍‌ ସମସ୍ତଙ୍କୁ ଆହ୍ୱାନ ଦେଇଛି।

Group Clash Denkanal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe