Advertisment

ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଭବିଷ୍ୟତଙ୍କ ସହ ଛଳନା କରୁଥିଲେ ପୂର୍ବ ସରକାର। ପୂର୍ବ ସରକାରଙ୍କ ନିଯୁକ୍ତିରେ ସ୍ୱଚ୍ଛତା ନଥିଲା। ଦୁର୍ନୀତି ଭରି ରହିଥିଲା।ଦୁର୍ନୀତି ସରକାରଙ୍କ ନାକ ତଳେ ହେଉଥିଲେ ସୁଦ୍ଧା କାହିଁକି ଚୁପ୍ ରହୁଥିଲେ ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ।

undefined

Mohan Majhi

Advertisment

ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Advertisment

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଭବିଷ୍ୟତଙ୍କ ସହ ଛଳନା କରୁଥିଲେ ପୂର୍ବ ସରକାର। ପୂର୍ବ ସରକାରଙ୍କ ନିଯୁକ୍ତିରେ ସ୍ୱଚ୍ଛତା ନଥିଲା। ଦୁର୍ନୀତି ଭରି ରହିଥିଲା।ଦୁର୍ନୀତି ସରକାରଙ୍କ ନାକ ତଳେ ହେଉଥିଲେ ସୁଦ୍ଧା କାହିଁକି ଚୁପ୍ ରହୁଥିଲେ ବୋଲି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତା’ସହ ଅଯୋଗ୍ୟଙ୍କୁ 
ଯୋଗ୍ୟ ବନାଇ ନିଯୁକ୍ତି ଦେଉଥିଲେ ପୂର୍ବ ସରକାର। ଦାୟିତ୍ୱରେ ଥିବା ଅଧିକାରୀ ପରୀକ୍ଷାପତ୍ର ପ୍ରଘଟ ରାକେଟରେ ସମ୍ପୃକ୍ତ ଥିଲେ। ଯାହାର ଉଦାହରଣ ୨୦୨୩ ମସିହାର JEE ପରୀକ୍ଷା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ପୂର୍ବ ସରକାର। ଆଉଟ୍‌ ସୋର୍ସରେ ରହି ଯାଇଥିଲେ। ଅନ୍ୟପଟେ ସ୍ୱଚ୍ଛତା ଓ ସାଧୁତା ଆମ ସରକାରର ଦାୟିତ୍ୱ। ପ୍ରତିଶ୍ରୁତି ପାଳନ କରିବୁ। ଆଗକୁ ଦେଢ଼ ଲକ୍ଷ ନିଯୁକ୍ତି ଦେବୁ। ଖାଲି ଥିବା ସମସ୍ତ ପଦବୀ ପୂରଣ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

Advertisment
Bhubaneswar Bjp Bhubaneswar News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe