Advertisment

‘ଆମ ବସ୍‌ଷ୍ଟାଣ୍ଡ ଯୋଜନା’ରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଡ ଲୋକାର୍ପିତ

ଡ୍ରାଇଭରଙ୍କୁ ଗାଡି ଚଳାଇବା କ୍ଷେତ୍ରରେ ଅଧିକ ଦକ୍ଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ସୁ-ବାହକ ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନାରେ ୫୦ ହଜାର ଡ୍ରାଇଭରଙ୍କୁ ପ୍ରଶିକ୍ଷଣ ଦିଆଯିବ। ଗଞ୍ଜାମର ପାଲୁରଠାରେ ଏକ ଡ୍ରାଇଭିଂ ଟ୍ରେନିଂ ସେଣ୍ଟର ଉଦ୍‌ଘାଟନ କରିଥିଲେ।

author-image
Manoranjan Sial
ଅଦ୍ୟତନ ହୋଇଛି
BBSR

CM

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଡ ଲୋକାର୍ପଣ କରିଛନ୍ତି। ଏହାସହିତ ୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍‌ସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତତ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ଏହାକୁ ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ତ ବସ୍‌ଷ୍ଟାଣ୍ଡ ସଂପୂର୍ଣ୍ଣ ହେଲେ, ରାଜ୍ୟର ୨ କୋଟି ଲୋକ ଉପକୃତ ହେବେ।

Advertisment

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏ ସମସ୍ତ ବସ୍‌ଷ୍ଟାଣ୍ଡ ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସ୍‌ଷ୍ଟାଣ୍ଡ। ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ଉପବ୍‌ଧ ରହିଛି। ଏହାସହିତ ମୁଖ୍ୟମନ୍ତ୍ରୀ ମୋ ପରିବହନ ସେବା ଓ ମୋବାଇଲ ଆପ୍‌ର ଶୁଭାରମ୍ଭ କରି କହିଥିଲେ ଯେ ଏହାଦ୍ୱାରା ବିଭିନ୍ନ ପରିବହନ ସେବା ପାଇଁ ଆଉ ସରକାରୀ ଅଫିସକୁ ଯିବା ଆବଶ୍ୟକତା ରହିବ ନାହିଁ।

ଡ୍ରାଇଭରଙ୍କୁ ଗାଡି ଚଳାଇବା କ୍ଷେତ୍ରରେ ଅଧିକ ଦକ୍ଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ସୁ-ବାହକ ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନାରେ ୫୦ ହଜାର ଡ୍ରାଇଭରଙ୍କୁ ପ୍ରଶିକ୍ଷଣ ଦିଆଯିବ। ଗଞ୍ଜାମର ପାଲୁରଠାରେ ଏକ ଡ୍ରାଇଭିଂ ଟ୍ରେନିଂ ସେଣ୍ଟର ଉଦ୍‌ଘାଟନ କରିଥିଲେ। ସଡକ ଓ ସଡକ ବ୍ୟବହାରକରୀ ତଥା ଯାତ୍ରୀଙ୍କ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

Advertisment
Naveen Patnaik Cmo