Advertisment

ଲଗାଣ ବର୍ଷାରେ ଉବୁଟୁବୁ ବାଲେଶ୍ୱର, ଆଜି ଆକାଶ ମାର୍ଗରୁ ବୁଲିବେ ମୁଖ୍ୟମନ୍ତ୍ରୀ

ସକାଳ ସାଢ଼େ ୯ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପଟର ଯୋଗେ ବାଲେଶ୍ୱର ଯିବେ। ଆକାଶ ମାର୍ଗରୁ ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ।

ଅଦ୍ୟତନ ହୋଇଛି
Mohan Majhi

Mohan Majhi

Advertisment

ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକ। ସୁବର୍ଣ୍ଣରେଖାର ବନ୍ୟା ଜଳରେ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଛି। ଗାଁ ଗାଁରେ ଅଣ୍ଟାଏ ଲେଖାଏ ପାଣି ଚାଲିଛି। ଲୋକେ ଘରେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଆଜି ଆକାଶ ମାର୍ଗରୁ ବାଲେଶ୍ୱର ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Advertisment

ସକାଳ ସାଢ଼େ ୯ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପଟର ଯୋଗେ ବାଲେଶ୍ୱର ଯିବେ। ଆକାଶ ମାର୍ଗରୁ ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ।

ଏରିଏଲ୍ ସର୍ଭେ କରିବା ପରେ ଦିନ ୧୧ଟା ବେଳେ ବାଲେଶ୍ୱର ପଦ୍ମାବତୀ ପାର୍କ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ଏହାପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ସହ କନଫରେନସ ହଲରେ ବନ୍ୟା ସ୍ଥିତି ମୁକାବିଲା ନେଇ ଆଲୋଚନା କରିବେ। ଏହି ସମୟରେ ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିବେ। ସୁବର୍ଣ୍ଣରେଖାର ବନ୍ୟାଜଳରେ ବୁଡିଛି ବାଲିଆପାଳ, ଭୋଗରାଇ, ଜଳେଶ୍ବର ଓ ବସ୍ତା ବ୍ଲକ୍। ବୁଢାବଳଙ୍ଗ ଓ ଜଳକା ବି ଫୁଲୁଛି।

Advertisment

ଗାଁ ଗାଁରେ ଅଣ୍ଟାଏ ଲେଖାଏ ପାଣି ଚାଲିଛି। ଲୋକେ ଘରେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଜରୁରୀ ସାମଗ୍ରୀ ଆଣିବାକୁ ଡଙ୍ଗାରେ ଯାଆସ କରୁଛନ୍ତି। ରାସ୍ତାଘାଟ, ଚାଷଜମି ଏକାକାର। ଯୁଆଡ଼େ ଦେଖିଲେ ଖାଲି ପାଣି ଆଉ ପାଣି ଦିଶୁଛି। ହଜାର ହଜାର ହେକ୍ଟର ଚାଷ ଜମି ବନ୍ୟା ପାଣିରେ ବୁଡ଼ିଛି। ବୁଢାବଳଙ୍ଗ ଓ ଜଳକା ବି ଫୁଲୁଛି। ଫଳରେ ଆତଙ୍କିତ ହୋଇପଡିଛନ୍ତି ନଦୀ କୂଳିଆ ଲୋକ।

ସେପଟେ ମୟୂରଭଂଜରେ ଭୀଷଣ ବର୍ଷା ଯୋଗୁଁ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା ଓ ଚିତ୍ରଡା ଅଞ୍ଚଳରେ ବୃଦ୍ଧି ପାଇଛି ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଲଗାଣ ବର୍ଷା ଯୋଗୁଁ ନଦୀରେ ବନ୍ୟା ପାଣି ଆସି ବଡ଼ସାହି ବ୍ଲକ୍ ଭିମଦା ପଞ୍ଚାୟତର ଚେଙ୍ଗୁଆ ମଙ୍ଗଳପୁର ବନ୍ଧର ଆଡି ବନ୍ଧ ଭାଙ୍ଗିଯାଇଛି। ଫଳରେ ଶହ ଶହ ହେକ୍ଟର ହେକ୍ଟର ଜମିରେ ପାଣି ମାଡିଯାଇଛି।

ଗତ ୪ଦିନ ଧରି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏହାର ପ୍ରଭାବରେ ବୁଢ଼ାବଳଙ୍ଗ, ବୈତରଣୀ,ସୁବର୍ଣ୍ଣରେଖା ଓ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ବାଲେଶ୍ୱରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। 

Heavy Rain Balasore Flood Situation Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe