Advertisment

ଜୁଲାଇ ପହିଲାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କେତେଟାରୁ ଆରମ୍ଭ, କ’ଣ କରିବାକୁ ପଡ଼ିବ ଜାଣି ନିଅନ୍ତୁ

ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
CM Mohan Charan Majhi

CM Mohan Charan Majhi

ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଆଜି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ବିଭାଗ ପକ୍ଷରୁ କୁହାଯାଇଛି, ଆସନ୍ତା ଜୁଲାଇ ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

ଏହି ଅଭିଯୋଗ ଶୁଣାଣି ପାଇଁ ସେହିଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜିକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜିକରଣ କରିପାରିବେ ଓ ପରେ ସେମାନଙ୍କ ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ। 

Advertisment

ଜୁଲାଇ ପହିଲାରୁ ପ୍ରତ୍ୟେକ ସୋମବାର ଅଭିଯୋଗ ଶୁଣାଣି ହେବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି । ସାଧାରଣ ନିର୍ବାଚନ ଯୋଗୁ ଜିଲ୍ଲା ଓ ବିଭାଗସ୍ତରରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିଥିଲା।

ସୂଚନାଯୋଗ୍ୟ, ବିଜେଡି ସରକାର ଅମଳରେ ପ୍ରତ୍ୟେକ ସୋମବାର ବିଭାଗୀୟ ସଚିବ, ବିଭାଗୀୟ ମୁଖ୍ୟ ଓ ଜିଲ୍ଲାସ୍ତରରେ ଜିଲ୍ଲାପାଳ-ଏସପିମାନେ ଜନଅଭିଯୋଗର ଶୁଣାଣି କରୁଥିଲେ । ଖରାଦିନ ଓ ନିର୍ବାଚନ ସମୟରେ ଏହି ଶୁଣାଣି ବନ୍ଦ ରହୁଥିଲା। ତେବେ ପ୍ରଶାସନିକସ୍ତରରେ ଜନଶୁଣାଣି ହେଉଥିଲେ ମଧ୍ୟ ବିଗତ ଦେଢ଼ଦଶନ୍ଧି ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ କେବେବି ସିଧାସଳଖ ଜନ ଅଭିଯୋଗ ଶୁଣାଣି କରିନଥିବା ଜଣାପଡ଼ିଛି।

Cmo Of Odisha Mohan Charan Majhi