Advertisment

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ଆକାଶ ମାର୍ଗରୁ ସ୍ଥିତି ପରଖିବେ

ଆଜି ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।

ଅଦ୍ୟତନ ହୋଇଛି
undefined

Mohan Majhi

Advertisment

ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବେ।

Advertisment

ଗତକାଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ଦାନା ପରବର୍ତ୍ତୀ ସ୍ଥିତି ମୁକାବିଲା ସମୀକ୍ଷା ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ। ପ୍ରଭାବିତ ଅଞ୍ଚଳରେ ଆଶ୍ରୟ ସ୍ଥଳୀରେ ଆଉ ୭ ଦିନ ରହିପାରିବେ ଲୋକେ। ପ୍ରଭାବିତ ଅଞ୍ଚଳରେ ଏବେ ପାଣି ଜମିଛି, ଘର ଭାଙ୍ଗିଛି, ତେଣୁ ଲୋକେ ଆଶ୍ରୟସ୍ଥଳୀରେ ରହିପାରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ଯୋଗୁ ରାଜ୍ୟରେ ୧ ଲକ୍ଷ ୭୫ ହଜାର ଏକର ଜମିରେ ଫସଲ ନଷ୍ଟ ହୋଇଛି। ସମ୍ପୂର୍ଣ୍ଣ ତଥ୍ୟ ମିଳିବା ପରେ କ୍ଷତିପୂରଣ ପ୍ରଦାନ ନିମନ୍ତେ ପଦକ୍ଷେପ ନିଆଯିବ।

Advertisment

ତା’ପୂର୍ବରୁ ଆଜି ନିଜେ ଗ୍ରାଉଣ୍ଡକୁ ଓହ୍ଲାଇ ଆକାଶମାର୍ଗକୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ। ଅନ୍ୟପଟେ ବିଜୁଳି ସେବା ଆଜି ଅପରାହ୍ଣ ସୁଦ୍ଧା ସମ୍ପୂର୍ଣ୍ଣ ସ୍ୱାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ଆକଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଘର ଭଙ୍ଗା ଆକଳନ କରିବେ ରାଜସ୍ୱ ବିଭାଗ ଅଧିକାରୀ । ଅନ୍ୟ କ୍ଷୟକ୍ଷତିର ଆକଳନ କରିବେ କୃଷି, ସମବାୟ ଓ ପରିସଂଖ୍ୟାନ ବିଭାଗ । ସ୍ୱଳ୍ପ ଭାଙ୍ଗିଥିବା ଘରର ତୁରନ୍ତ ମରାମତି କରାଯିବ । ସମ୍ପୂର୍ଣ୍ଣ ଭାଙ୍ଗିଥିବା ପରିବାରକୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି ।

CM Mohan Charan Majhi Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe