Advertisment

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି; ମୟୂରଭଞ୍ଜ ଗସ୍ତ ବାତିଲ୍‌

ବର୍ଷା କମିବା ପରେ ମୁଖ୍ୟମନ୍ତ୍ରୀ ଓ ସାଂସଦ ହେଲିକପ୍ଟରରେ ବସିବା ପାଇଁ ଆସିଥିଲେ। ହେଲେ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା। ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ କରାଯାଇଛି।

author-image
Manoranjan Sial
CM Helicopter

CM Helicopter

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଲା ଯାନ୍ତ୍ରିକ ତ୍ରୁଟି। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍‌ ହୋଇଛି। ସେ କାରକେଟ୍‌ରେ ସଡ଼କ ପଥରେ କେନ୍ଦୁଝରରୁ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ଆସୁଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଥିଲେ। ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଜି ମୁଖ୍ୟମନ୍ତ୍ରୀଙ୍କର ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବାରେ ଥିଲା। ତେଣୁ ନିର୍ଦ୍ଧାରିତ ସମୟରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦୁଝର ସାଂସଦ ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଓ ତେଲକୋଇ ବିଧାୟକ ଡକ୍ଟର ଫକୀର ମୋହନ ନାଏକ ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚି ଥିଲେ। ଠିକ୍‌ ସେତିକି ବେଳେ ପ୍ରବଳ ବର୍ଷା ହୋଇଥିଲା। ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଟେକ୍‌ଅପ୍‌ କରିପାରିନଥିଲା।

ବର୍ଷା କମିବା ପରେ ମୁଖ୍ୟମନ୍ତ୍ରୀ ଓ ସାଂସଦ ହେଲିକପ୍ଟରରେ ବସିବା ପାଇଁ ଆସିଥିଲେ। ହେଲେ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା। ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦୁଝର ସାଂସଦ ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଓ ତେଲକୋଇ ବିଧାୟକ ଡକ୍ଟର ଫକୀର ମୋହନ ନାଏକ ସଡ଼କ ପଥରେ ଭୁବନେଶ୍ୱର ଫେରୁଥିବା ଜଣାପଡ଼ିଛି।

Advertisment

ରିପୋର୍ଟ- କେନ୍ଦୁଝରରୁ ପ୍ରଣୟ କୁମାର ପାଣି

Bjp Cmo Of Odisha Kendujhar Mohan Charan Majhi