Advertisment

୨୦ରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ

ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ।

author-image
Niharika Rout
Crop

Crop

ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଏଥିନିମନ୍ତେ ଆସନ୍ତା ୧୫ ତାରିଖରୁ ଚାଷୀଙ୍କୁ ଟୋକନ୍ ଦିଆଯିବ ଏବଂ ନଭେମ୍ବର ୨୦ରୁ ଡିସେମ୍ବର ୭ ତାରିଖ ଯାଏ ଧାନ ସଂଗ୍ରହ ଚାଲିବ ।

Advertisment

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବା MSP କୁଇଣ୍ଟାଲ ପିଛା ୨୩ଶହ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବର ୮ ତାରିଖରୁ ୨୩ଶହ ଟଙ୍କା ସହିତ ଅତିରିକ୍ତ ୮ଶହ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଡିସେମ୍ବର ୮ରେ ବରଗଡ଼ ସୋହେଲାରେ ରାଜ୍ୟସ୍ତରୀୟ କୃଷକ ସମାବେଶ ହେବ । ଏହି ସମାବେଶରୁ କୁଇଣ୍ଟାଲ ପିଛା ଅତିରିକ୍ତ ୮ଶହ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Advertisment

ଏଥିସହିତ ଜିଲ୍ଲାପାଳ ଚାହିଁଲେ ଟୋକନ ସମୟ ସୀମାକୁ ୭ ଦିନ ବୃଦ୍ଧି କରିପାରିବେ ଏବଂ ବାହାର ରାଜ୍ୟର ଧାନକୁ ରୋକିବାକୁ ସୀମାବର୍ତ୍ତୀ ଅଞ୍ଚଳରେ ପାଟ୍ରୋଲିଂ ହେବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।

Baragarh 2024 Crop