Advertisment

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।

Bali yatra

Bali yatra

Advertisment

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ। ଏଥର ଉପର ଓ ତଳ ପଡ଼ିଆ ମିଶାଇ ମୋଟ ୨୫ ଶହରୁ ଉର୍ଦ୍ଧ ଷ୍ଟଲ୍ ଖୋଲିବ ବୋଲି ପ୍ରଶାସନ ତରଫରୁ କୁହାଯାଇଛି। 

Advertisment

ଆଜି ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ, ହାଇକମିଶନର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହାକୁ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ପ୍ରତିଦିନ ଗୋଟିଏ କିମ୍ବା ଦୁଇ ଦେଶର କଳାକାର ବାଲିଯାତ୍ରାରେ ନିଜ କଳାର ପ୍ରଦର୍ଶନ କରିବେ। ବର୍ତ୍ତମାନ ସୁଦ୍ଧା ୮ ଦେଶର କଳାକାର ଆସିବା ସ୍ଥିର ହୋଇ ସାରିଲାଣି। ତେବେ ପ୍ରଥମ ଦିନ ଭଜନ ସମାରୋହ ଆୟୋଜିତ ହେବ।

Advertisment

ଚଳିତ ବର୍ଷ ବାଲିଯାତ୍ରାରେ ପିଠା ମହୋତ୍ସବ ଆରମ୍ଭ ହେବ। ଭାରତ ବ୍ୟତୀତ ଅନ୍ୟ କିଛି ଦେଶରେ ବି ବିଭିନ୍ନ ପ୍ରକାର ପିଠା ପ୍ରସ୍ତୁତ ହୁଏ। ତେଣୁ ଆମ ରାଜ୍ୟବାସୀ ସେମାନଙ୍କ ପିଠାର ମଜା ଉଠାଇ ପାରିବେ ଓ ସେମାନେ ଆମ ପିଠାର ସ୍ୱାଦ ଚାଖି ପାରିବେ ।

ଏହାବାଦ ଏଥର ବାଲି ଯାତ୍ରାରେ ମହାନଦୀରେ ଲେଜର ଶୋ’, ଡ୍ରୋନ ଶୋ’ ଆୟୋଜିତ ହେବ। ପ୍ରଥମ ଥର ପାଇଁ ୪୦୦ ଡ୍ରୋନକୁ ନେଇ ଡ୍ରୋନ୍‌ ଶୋ’ ଆୟୋଜିତ ହେବ।

ଚଳିତବର୍ଷ ବାଲିଯାତ୍ରାକୁ ଆସିଛି ନୂଆ ଦୋଳି ସ୍କ୍ରିମ ଟାୱାର। ବାଲିଯାତ୍ରାରେ ଏହି ଦୋଳିକୁ ପ୍ରଥମ ଥର ପାଇଁ ଲଞ୍ଚ କରିଛି ଗାଜିଆବାଦର ଫନଟେକ ଆମ୍ୟୁଜମେଣ୍ଟ କମ୍ପାନୀ। ଏକାଥରକେ ୩୨ ଜଣ ଏହି ଦୋଳିରେ ବସି ନୂଆ ରୋମାଞ୍ଚର ମଜା ନେଇପାରିବେ।

ସେହିପରି ପ୍ରଥମଥର ପାଇଁ ବାଲିଯାତ୍ରାକୁ ଆସିଛି ସୁନାମି ଓ ଫ୍ରିସ-ବି ଦୋଳି। ଯାହା ଦର୍ଶକଙ୍କୁ ବେଶ୍ ମନୋରଞ୍ଜନର ଖୋରାକ ଦେବ। ଚଳିତବର୍ଷ ବାଲିଯାତ୍ରା ‘କଟକ ଇନ୍ କଟକ’ରେ ଦେଖିବାକୁ ମିଳିବ ଓଡିଆ ଚଳଚ୍ଚିତ୍ର ଇତିହାସର ଝଲକ।

ଏଥର ବାଲିଯାତ୍ରାକୁ ପାଖାପାଖି ୭୦ ଲକ୍ଷ ଲୋକ ଆସିବେ ବୋଲି ଆକଳନ କରାଯାଇଛି। ବୟସ୍କଙ୍କ ପାଇଁ ୮ ସିଟ୍‌ ବିଶିଷ୍ଟ ୬ଟି ଗାଡ଼ି, ୩୦ ଇ- ରିକ୍ସା ବ୍ୟବସ୍ଥା ହୋଇଛି। ବୟସ୍କ ତଥା ଭିନ୍ନକ୍ଷମଙ୍କୁ ଏହା ସେବା ଯୋଗାଇବ। 

Cuttack Bali Yatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe