Advertisment

ବାତ୍ୟା 'ଦାନା'ରେ ୬୦୦ କୋଟି କ୍ଷତି

ପ୍ରାଥମିକ ରିପୋର୍ଟ ଦେଲେ ରାଜସ୍ୱ ମନ୍ତ୍ରୀ। ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ।

Revenue Minister Suresh Pujari

Revenue Minister Suresh Pujari

Advertisment

ଆସିଲା ବାତ୍ୟା 'ଦାନା' କ୍ଷୟକ୍ଷତି ରିପୋର୍ଟ। ଜିଲ୍ଲାସ୍ତରରୁ କ୍ଷୟକ୍ଷତି ରିପୋର୍ଟ ପାଇଲେ ରାଜ୍ୟ ସରକାର। ପଞ୍ଚାୟତିରାଜ ବିଭାଗ ବ୍ୟତୀତ ଅନ୍ୟ ସବୁ ବିଭାଗରୁ ଆସିଛି ରିପୋର୍ଟ। ତେବେ ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା 'ଦାନା'ରେ ପ୍ରାୟ ୬ଶହ କୋଟି ଟଙ୍କାର ସମ୍ପତ୍ତି କ୍ଷତି ହୋଇଥିବା କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

Advertisment

ବାତ୍ୟାରେ ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ କ୍ଷତିଗ୍ରସ୍ତ ହୋଇଛି। ମୋଟାମୋଟି ଭାବରେ ୧୪ ଜିଲ୍ଲାର ୧୩୧ ବ୍ଲକ ପ୍ରଭାବିତ ହୋଇଛି। ୧୧, ୬୩୭ ଗାଁର ୪୧ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ସମୁଦାୟ ୧୬,୪୧୭ ଘର ପ୍ରଭାବିତ ହୋଇଥିବାବେଳେ ୨୭ ଘର ସଂପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ୧୪,୬୮୦ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ। ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

ତେବେ ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ ବୋଲି ମନ୍ତ୍ରୀ କହିଛନ୍ତି। ରିପୋର୍ଟ ଆସିଲା ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦିଆଯିବ। ଏହାସହ ଚୂଡ଼ାନ୍ତ ଆକଳନ ପରେ କେନ୍ଦ୍ରକୁ କ୍ଷତିପୂରଣ ପାଇଁ ରିପୋର୍ଟ ଦିଆଯିବ ବୋଲି କୁହାଯାଇଛି। ସେପଟେ କେନ୍ଦ୍ର ସହାୟତା ରାଶି ଦେବା ପୂର୍ବରୁ ରାଜ୍ୟ ନିଜସ୍ୱ ପାଣ୍ଠି ବାଣ୍ଟିବ ବୋଲି ମଧ୍ୟ ସୂଚନା ମିଳିଛି।

Advertisment
Suresh Pujari Cyclone Dana Cyclone Damage
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe