ମୌସୁମୀ ନ ଯାଉଣୁ ଦେଖିବାକୁ ମିଳିଛି ଶୀତର ଆଭାସ। ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ଦେଖିବାକୁ ମିଳିଛି ଚଳିତ ବର୍ଷର ପ୍ରଥମ ଘନକୁହୁଡି।
ଆଜି ସକାଳେ କୋଇଡ଼ା ଅଞ୍ଚଳକୁ ଘନ କୁହୁଡିରେ ଢ଼ାଙ୍କି ରଖିଥିଲା। ଘନ କୁହୁଡ଼ି ଯୋଗୁ ରାସ୍ତାଘାଟ କିଛି ଦେଖା ଯାଉନଥିଲା। ଏପରିକି ୨୦ମିଟର ଆଗକୁ ଦୃଶ୍ୟମାନ ହେଉ ନଥିଲା। ରାସ୍ତାଘାଟ କିଛି ଦେଖାଯାଉ ନ ଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମଟର ଠିଆ ହୋଇ ରହିଥିଲା।
Also Read
କୋଇଡ଼ା ଖଣିଖାଦାନର ଅଞ୍ଚଳ ହୋଇଥିବାରୁ ପ୍ରତିଦିନ ଶହଶହ ଟ୍ରକ୍ ଯାତାୟତ କରିଥାନ୍ତି। ଆଜି ସକାଳେ ଘନ କୁହୁଡି ଯୋଗୁ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। କୋଇଡାର ଟେନସା, କାଲଟା ଯାଉଥିବା ଅନେକ ଗାଡି ରାସ୍ତାରେ ଅଟକି ରହିଥିଲା।
ସୂଚନାଯୋଗ୍ୟ, ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଲଘୁଚାପଟି ଅବପାତରେ ପରିଣତ ହେବ ବୋଲି ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।