୭ ଦିନ ହେଲା ନିଖୋଜ ଥିଲେ ଟ୍ରଲର କର୍ମଚାରୀ। ଆଜି ସକାଳେ ପାରାଦୀପ ନେହରୁବଙ୍ଗଳା ଫିସିଙ୍ଗ ହାର୍ବରରୁ ମିଳିଲା ମୃତଦେହ। ମୃତ ଟ୍ରଲର କର୍ମଚାରୀ ଜଣଙ୍କ ହେଲେ ହେମନ୍ତ ମଲ୍ଲିକ। ତାଙ୍କ ଘର ଭଦ୍ରକ ଜିଲ୍ଲାର ବାସୁଦେବପୁର ଅଞ୍ଚଳରେ।
ହେମନ୍ତ ପାରାଦୀପର ଏକ ମାଛଧରା ଟ୍ରଲରରେ ମାଷ୍ଟର ଭାବେ କାର୍ଯ୍ୟ କରୁଥିଲେ। ୨୨ତାରିଖରୁ ସେ ନିଖୋଜ ଥିଲେ। ପରିବାର ଲୋକ ନିଖୋଜ ସମ୍ପର୍କରେ ପାରାଦୀପ ସାମୁଦ୍ରିକ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ହେମନ୍ତଙ୍କୁ ଖୋଜାଖୋଜି କରୁଥିଲା ବେଳେ ଆଜି ସକାଳେ ତାଙ୍କ ମୃତଦେହ ନେହରୁବଙ୍ଗଳା ଫିସିଙ୍ଗ ହାର୍ବରରୁ ମିଳିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
Also Read
ହେମନ୍ତଙ୍କୁ ହତ୍ୟା କରାଯାଇଛି ନା ଆଉ କିଛି ଆଉ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ପରିବାର ଲୋକଙ୍କର କିଛି ପ୍ରତିକ୍ରିୟା ମିଳିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।