ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ତେଲକୋଳେଇ ଥାନା ମାମଲାରେ ତାଙ୍କୁ ମିଳିଛି ଆଗୁଆ ଜାମିନ।
ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣାରେ ଦାୟର ମାମଲାରେ ଦୀପାଳିଙ୍କୁ ମିଳିଛି ସର୍ତ୍ତମୂଳକ ଆଗୁଆ ଜାମିନ।
Also Read
ସ୍ଥାନୀୟ ବିସ୍ଥାପିତଙ୍କ ସମସ୍ୟା ପୂରଣ ଦାବିରେ ଦୀପାଳି ଓ ତାଙ୍କ ସମର୍ଥକ କୋଲ ଇଣ୍ଡିଆ କାର୍ଯ୍ୟାଳୟ ସାମ୍ନାରେ ପ୍ରତିବାଦ କରୁଥିଲେ। ସେହି ସମୟରେ ପୁଲିସ ସହ ବିକ୍ଷୋଭକାରୀଙ୍କ ମୁହାଁମୁହିଁ ହୋଇଥିଲା।
ସରକାରୀ କର୍ମଚାରୀଙ୍କୁ କାର୍ଯ୍ୟରେ ବାଧା ଓ ଧମକ ଚମକ ଦେବା ଅଭିଯୋଗରେ ପୁଲିସ ପକ୍ଷରୁ ଦୀପାଳି ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ଦାୟର ହୋଇଥିଲା। ତେବେ ସମାନ ଅପରାଧରେ ସାମିଲ ନହେବାକୁ ସର୍ତ୍ତ ରଖିବା ସହ ୩ ସପ୍ତାହ ମଧ୍ୟରେ ନିମ୍ନ ଅଦାଲତରେ ହାଜର ହୋଇ ଦୀପାଳି ଜାମିନରେ ଯାଇ ପାରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।