Advertisment

ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଶେଷ ତାରିଖ

ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବଣ୍ଡାଘାଟିରେ ହିତାଧିକାରୀଙ୍କ ପାଖକୁ ଯାଇ ସମସ୍ୟା ଦୂର କରିବେ ବିଭାଗୀୟ ଅଧିକାରୀ।

Dy CM Pravati Parida

Dy CM Pravati Parida

Advertisment

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍। ଆସନ୍ତାବର୍ଷ ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଡେଡଲାଇନ୍। ଅର୍ଥାତ ୨୦୨୫ ମାର୍ଚ୍ଚ ୭ 'ସୁଭଦ୍ରା' ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ସେପଟେ ମାଲକାନଗିରିର ବଣ୍ଡାଘାଟିରେ ହିତାଧିକାରୀଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଫିଜିକାଲ ଭେରିଫିକେସନ୍ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟରେ ମହିଳାଙ୍କ ଆକାଉଣ୍ଟକୁ ପଠାଯାଇଛି ସୁଭଦ୍ରା ଟଙ୍କା। ୩ଟି ପର୍ଯ୍ୟାୟରେ ମୋଟ ୮୦ ଲକ୍ଷ ୪୬ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି। ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟରେ ଆଉ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ସେପଟେ ହିତାଧିକାରୀଙ୍କୁ ବ୍ୟାଙ୍କରେ ଅଯଥା ଭିଡ଼ ନଜମାଇବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ।

ଅନ୍ୟପଟେ ବଣ୍ଡା ଘାଟିରେ ‘ସୁଭଦ୍ରା’ ଅପହଞ୍ଚ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, 'ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ। ଯାହା ସମସ୍ୟା ରହିଛି ତାହାକୁ ଦୂର କରିବେ ସରକାରୀ ଅଧିକାରୀ। ବଣ୍ଡା ଘାଟିର ୧୭୧୧ ମହିଳାଙ୍କ ମଧ୍ୟରୁ ୫ ଶହରୁ ଊର୍ଦ୍ଧ୍ୱ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇସାରିଛନ୍ତି। ଆବେଦନ ସମସ୍ୟା ନେଇ ଅନ୍ୟ ହିତାଧିକାରୀମାନେ ସୁଭଦ୍ରା ଟଙ୍କା ପାଇବାରେ ବିଳମ୍ବ ହୋଇଛି।' ତେଣୁ ଯାହା ବି ସମସ୍ୟା ରହିଛି ଦୂର କରାଯାଇ ସେମାନଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

Advertisment
Banda Ghati Problem Pravati Parida Subhadra Yojana Deadline Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe