Advertisment

ଆଜିଠୁ ଭୁବନେଶ୍ୱରରେ ସର୍ବଭାରତୀୟ ଡିଜିପି ସମ୍ମିଳନୀ

ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ।

Dgp conferenc

Dgp conferenc

Advertisment

ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଏଥିପାଇଁ ପହଞ୍ଚି ସାରିଲେଣି ବିଭିନ୍ନ ରାଜ୍ୟର ପୁଲିସ ମୁଖିଆ। ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ।

Advertisment

ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ ଓ ନିଶା କାରବାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା। ଅତିଥିଙ୍କୁ ସ୍ୱାଗତ ଓ ସହାୟତା ପାଇଁ ବିମାନ ବନ୍ଦରରେ କମିଶନରେଟ୍ ପୁଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି।

ରାଜ୍ୟଅତିଥି ଭବନରେ ରହିବେ ସବୁ ରାଜ୍ୟର ପୁଲିସ ଡିଜି। ହାଇସିକ୍ୟୁରିଟି ଜୋନରେ ଏବେ ପୂରା ରାଜଧାନୀ। ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟରେ ନାକା କରି କଡ଼ା ଯାଞ୍ଚ କରୁଛନ୍ତି ପୁଲିସ ଓ ବିଏସଏଫ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନରେ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା କରାଯାଇଛି। 

Advertisment
Bhubaneswar DGP Conference
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe