Advertisment

ମହାପୁରୁଷଙ୍କୁ ଅପମାନ !

ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ହରେକୃଷ୍ଣ ମହାନ୍ତି ବୋଲି ଲେଖାଯାଇଥିଲା। ତେବେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଥିଲା।

author-image
Manoj Swain

ଭଦ୍ରକ ଜିଲ୍ଲା ଧାମନଗର ଊର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟ ପାଚେରୀରେ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ଭୁଲ ଲେଖାଯାଇଥିଲା। ବିଦ୍ୟାଳୟର ପାଚେରୀରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ହରେକୃଷ୍ଣ ମହାନ୍ତି ବୋଲି ଲେଖାଯାଇଥିଲା। ତେବେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ପକ୍ଷରୁ କରାଯାଇଥିବା ଏଭଳି ତ୍ରୁଟିକୁ ସଜାଡ଼ି ଥିଲା ସ୍ଥାନୀୟ ବିଜେପି। ଗତକାଲି ମହାନ୍ତିକୁ ଲିଭାଇ ମହତାବ କରାଯାଇଥିଲା।

Advertisment
Harekrushna Mahatab Bhadrak Odisha