Advertisment

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍‌ସିବିର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ।

ଅଦ୍ୟତନ ହୋଇଛି
President Droupadi Murmu

President Droupadi Murmu

Advertisment

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ। କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। 

Advertisment

ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍‌ସିବିର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ। ସାରା ଦେଶରେ ଆଜି ଏହି ଅନୁଷ୍ଠାନର ପ୍ରସିଦ୍ଧି ରହିଛି। ଆଜି ଏସ୍‌ସିବି ମେଡିକାଲ କଲେଜ ଏକ ମିନି ଇଣ୍ଡିଆ। ଡାକ୍ତର, ଶିକ୍ଷକ ଓ ଓକିଲଙ୍କୁ ଗାଁ ଗହଳିରେ ଭଗବାନ ମାନନ୍ତି। ଡାକ୍ତର ପ୍ରବୀଣ ହେବା ସହ ଲୋକଙ୍କ ପ୍ରତି ଦରଦ ଥିବା ଆବଶ୍ୟକ। ଡାକ୍ତରଙ୍କୁ ନରରୂପୀ ନାରାୟଣ କୁହାଯାଇଥାଏ।

ଯେକେହି ଲୋକଙ୍କ ସେବା କରିପାରିବେ, କିନ୍ତୁ ଯନ୍ତ୍ରଣା ଦୂର କରିପାରିବେନି। କେବଳ ଜଣେ ଡାକ୍ତର ହିଁ ଲୋକଙ୍କ ଯନ୍ତ୍ରଣା ଦୂର କରିପାରିବେ। ଡାକ୍ତରଙ୍କ ପାଇଁ ଲୋକଙ୍କ ଆୟୁ ବଢ଼ିଛି, ମାତୃଶିଶୁ ମୃତ୍ୟୁହାର କମିଛି। ଡାକ୍ତରଙ୍କ ପାଇଁ ଆମେ ବହୁମୂଲ୍ୟ ଜୀବନ ବଞ୍ଚାଇ ପାରିଛୁ। ରୋଗୀ ସେବା ଭଳି ଗବେଷଣା ମଧ୍ୟ ମେଡିକାଲ ସାଇନ୍ସରେ ଜରୁରୀ। ରୋଗୀକୁ ଔଷଧ ଲେଖିବା ଭଳି ଔଷଧ ବାହାର କରିବା ବି ଗୁରୁତ୍ୱପୂର୍ଣ୍ଣ। ଅସାଧ୍ୟ ରୋଗ ଭଲ କରିବା ପାଇଁ ନୂଆ ଔଷଧ ବାହାର କରି ନୋବେଲ ପୁରସ୍କାର ପାଇବାକୁ ରାଷ୍ଟ୍ରପତିଙ୍କ ଆହ୍ୱାନ ଦେଇଛନ୍ତି।

Advertisment

ଏହି ବାର୍ଷିକୋତ୍ସବରେ ରାଜ୍ୟପାଳ ଗଣେଣୀ ଲାଲ, ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାର ଓ ଏସ୍‌ସିବି ମେଡିକାଲର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Cuttack Scb President Of India Droupadi Murmu
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe