Advertisment

ଓଡ଼ିଶାରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି; ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର

ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି।

author-image
Debadatta Aryashrestha
Dr. Hari Babu Kambhampati

Dr. Hari Babu Kambhampati

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।

Advertisment

ଆଜି ରାଜ୍ୟପାଳ ପୁରୀ ଯିବା କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ଫେରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ହରିବାବୁ କମ୍ଭମପତି। ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ। 

ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ।

Advertisment
Bjp CM Mohan Majhi Dr Hari Babu Kambhampati New Governor Of Odisha