କଟକ ଖାନ ନଗରରେ ଭୁଶୁଡ଼ି ପଡ଼ିଛି ଦୁର୍ଗା ପୂଜା ପାଇଁ ନିର୍ମିତ ହୋଇଥିବା ତୋରଣ। ନେତାଜୀ ବସ୍ ଟର୍ମିନାଲ ନିକଟରେ ଏହି ସୁଉଚ୍ଚ ତୋରଣଟି ଭୁଶୁଡ଼ି ପଡ଼ିଛି। ତୋରଣ ତଳେ ଗୋଟିଏ କାର୍ ଓ ୩ଟି ବାଇକ୍ ଚାପି ହୋଇ ରହିଥିବା ସୂଚନା ରହିଛି। ସୌଭାଗ୍ୟ ବଶଃତ ଏତେ ବଡ଼ ଦୁର୍ଘଟଣାରେ କାହାର କିଛି କ୍ଷତି ଘଟି ନାହିଁ।
ତୋରଣ ଭୁଶୁଡ଼ିବା ଯୋଗୁ ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ି ମଟର ଅଟକି ରହିଛି। ଜେସିବି ସାହାଯ୍ୟରେ ସୁଉଚ୍ଚ ତୋରଣଟି ଉଠାଇବା ପାଇଁ ଉଦ୍ୟମ ଜାରି ରହିଛି। ତେବେ ତୋରଣଟି କିପରି ଭୁଶୁଡ଼ିଲା ତାର କାରଣ ଜଣାପଡ଼ିନାହିଁ। ତୋରଣରେ ନିର୍ମାଣ ବେଳେ କିଛି ତ୍ରୁଟି ଥିଲା କି ଅନ୍ୟ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ।
Also Read
ଏହି ଅଘଟଣ ଘଟିବା ପରେ କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନାହାନ୍ତି। କିଛି ପୁଲିସ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।