ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଅର୍ଥନୈତିକ ଅବରୋଧ, ଗାଡ଼ି ଚଳାଚଳ ଠପ୍‌

ଆଜି ସକାଳେ ଆନ୍ଦୋଳନକାରୀମାନେ କଟକ -ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକଠାରେ ରାଜପଥ ଅବରୋଧ କରିଛନ୍ତି।

ରାସ୍ତା ଅବରୋଧ କରିଛନ୍ତି ଆନ୍ଦୋଳନକାରୀ

  • Published: Saturday, 23 September 2023
  • , Updated: 23 September 2023, 10:48 AM IST

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ମିଳିତ କ୍ରିୟାନୁଷ୍ଠାନ କମିଟି l ଆଜି କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧର ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି।

ଆଜି ସକାଳେ ଆନ୍ଦୋଳନକାରୀ ମାନେ କଟକ -ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକଠାରେ ରାଜପଥ ଅବରୋଧ କରିଛନ୍ତି। ଏହାସହ ଦୈତାରୀ- ପାରାଦୀପ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଶତାଧିକ ଆନ୍ଦୋଳନକାରୀ ରାସ୍ତା ଉପରେ ବସି ରହି ନାରାବାଜି କରିଛନ୍ତି। ରାସ୍ତା ଅବରୋଧ ଯୋଗୁ ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି।

ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା କରନ୍ତୁ ବୋଲି କମିଟି ପକ୍ଷରୁ ଦାବି କରାଯାଇଛି। ସରକାର ଦାବି ନ ଶୁଣିବାରୁ ଆଜି କମିଟି ପକ୍ଷରୁ ଅର୍ଥନୈତିକ ଅବରୋଧର ଡାକରା ଦିଆଯାଇଛି। ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ମିଳିତ କ୍ରିୟାନୁଷ୍ଠାନ କମିଟି ଗତ ସେପ୍ଟେମ୍ବର ୫ରୁ ଜିଲାପାଳଙ୍କଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଜାରି ରଖିଛି।

Related story