Advertisment

କୁଟିମସ୍କା ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ହାତୀଟିର କିପରି ମୃତ୍ୟୁ ଘଟିଲା ତାହାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି।

ଅଦ୍ୟତନ ହୋଇଛି
Deadbody

Deadbody

Advertisment

କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ସେମେଲପଦର ଗାଁ ନିକଟସ୍ଥ କୁଟିମସ୍କା ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୧୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

Advertisment

ହାତୀ-ହାତୀ ମଧ୍ୟରେ ଲଢେଇ ହୋଇ ହାତୀଟିର ମୃତ୍ୟୁ ଘଟିଥାଇ ପାରେ ନଚେତ ଶିକାରୀଙ୍କ ଗୁଳି କିମ୍ବା ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ହୋଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି।

ତେବେ ହାତୀଟିର କିପରି ମୃତ୍ୟୁ ଘଟିଥିଲା ତାହାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ବନ ବିଭାଗ ଘଟଣାର ତଦନ୍ତ କରୁଛି।

Advertisment
Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe