Elephant Deadbody
Advertisment
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସୋସୋ ଅଞ୍ଚଳରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।
Advertisment
ଆଜି ସକାଳେ ହାତୀର ମୃତଦେହ ଜଣେ ବ୍ୟକ୍ତିଙ୍କ ବାଡ଼ିରେ ପଡ଼ିଥିଲା। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ପହଞ୍ଚି ହାତୀଟିର ମୃତଦେହକୁ ଉଦ୍ଧାର କରିଛି।
ଗତକାଲି ରାତିରେ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ତେବେ ହାତୀଟିର କେମିତି ଓ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1718782166.jpg)